ବିବାହ, ବ୍ରତ, ଶୁଦ୍ଧିକ୍ରିୟାରେ ସର୍ବାଧିକ ୫୦ଜଣ

ଭୁବନେଶ୍ୱର, ୫। ୧୦(ବ୍ୟୁରୋ):  କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଦୈନିକ ସଂକ୍ରମଣ ମଧ୍ୟ ଏବେ ହ୍ରାସ ପାଇଛି। ତେବେ ଆଗକୁ ଶୀତଦିନ ଆସୁଥିବାରୁ ସଂକ୍ରମଣ ବଢିବା ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏବେଠାରୁ ସତର୍କ କରାଯିବାସହ ନୂଆ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶୀତଦିନେ ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟା ଆଦି କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ପୁଣି ଏସବୁ କାର୍ଯ୍ୟରେ ସର୍ବାଧିକ ୫୦ଜଣ ଲୋକ ସାମିଲ ହୋଇ ପାରିବେ ବୋଲି ଗାଇଡ୍‌ଲାଇନ୍‌ରେ ନିର୍ଦ୍ଦେଶ ଦିଆଯାଇଛି। ଏହାଉପରେ ସମ୍ପୃକ୍ତ ମଣ୍ଡପ ବା ହୋଟେଲ ମାଲିକ ଦୃଷ୍ଟି ଦେବେ। କାର୍ଯ୍ୟକ୍ରମବେଳେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ମଣ୍ଡପ, ହୋଟେଲ ଆଦିକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। ଏଥିସହ ବୟସ୍କ ବ୍ୟକ୍ତି, ଗର୍ଭବତୀ, ୧୦ବର୍ଷରୁ କମ୍‌ ବୟସର ଶିଶୁ ଓ ଅନ୍ୟ ଗମ୍ଭୀର ଶାରୀରିକ ସମସ୍ୟା ଥିବା ଲୋକଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାକୁ ବାରଣ କରାଯାଇଛି। କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ କରିବା, କେବଳ ଖାଇବା ସମୟକୁ ଛାଡି ଅନ୍ୟ ସମୟରେ ମାସ୍କ ପିନ୍ଧିବା, ପରସ୍ପର ମଧ୍ୟରେ ୬ ଫୁଟ ଦୂରତା ରକ୍ଷା କରିବା ଏବଂ କୌଣସି ସ୍ଥାନରେ ପାନ, ତମାଖୁ କିମ୍ବା ଛେପ ନ ପକାଇବା ପାଇଁ ନିର୍ଦ୍ଦେଶ ରହିଛି। ଏହି କଟକଣାକୁ ଉଲ୍ଲଂଘନ କଲେ ଉଲ୍ଲଂଘନକାରୀ, ମଣ୍ଡପ, ହୋଟେଲ ବା ସମ୍ପୃକ୍ତ କାର୍ଯ୍ୟକର୍ତ୍ତାଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଠିକ୍‌ ଭାବେ ନିୟମ ପାଳନ ହେଉଛି କି ନାହିଁ ସେନେଇ ସ୍ଥାନୀୟ ପୋଲିସ ଓ ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଟିମ୍‌ ନଜର ରଖିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri