ରାସ୍ତାରେ ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ରାଜନଗର,୬।୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ଜନଗହଳି ରାସ୍ତାର ଜୁଣଗଡିରୁ ଘଡିଆମାଳ ମଧ୍ୟରେ ଶୁକ୍ରବାର ବିଳମ୍ବିତ ରାତିରେ ୧୦ଫୁଟ ଲମ୍ବର ଏକ ବଉଳାକୁମ୍ଭୀର ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଥିଲା। ଦେଖଣାହାରୀ କୁମ୍ଭୀରକୁ ଦେଖି ପାଟି କରିବା ସହିତ ବନବିଭାଗକୁ ସୂଚନା ଦେଇଥିଲେ। ଉକ୍ତ ରାସ୍ତାର ଦୁଇ ପାର୍ଶ୍ୱରେ ବ୍ରାହ୍ମଣୀ ଏବଂ ପାଟ୍ଟଶାଳା ନଦୀ ପ୍ରବାହିତ। ବଉଳା କୁମ୍ଭୀରଟି ଖାଦ୍ୟ ଅନ୍ବେଷଣରେ ବ୍ରାହ୍ମଣୀ ନଦୀରୁ ଉଠିଆସି ରାସ୍ତା ପାର ହୋଇ ପାଟ୍ଟଶାଳା ନଦୀକୁ ଯିବା ସମୟରେ ଲୋକେ ଦେଖିଥିଲେ। ବନବିଭାଗ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ବି କୁମ୍ଭୀର ରାସ୍ତା ପାରି ହୋଇ ନଦୀକୁ ଚାଲିଯାଇଥିଲା। ଏ ସମ୍ପର୍କରେ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ କହିବା ଅନୁଯାୟୀ ଭିତରକନିକାକୁ ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ବ୍ରାହ୍ମଣୀ, ବୈତରଣୀ ଏବଂ ପାଟ୍ଟଶାଳା କୁମ୍ଭୀରମାନଙ୍କ ବାସସ୍ଥଳୀ। ଅଧିକାଂଶ ସମୟରେ କୁମ୍ଭୀରମାନେ ଖାଦ୍ୟ ଅନ୍ବେଷଣରେ ନଦୀ ପରବର୍ତ୍ତନ କରିଥାନ୍ତି। ନଦୀ କୂଳିଆ ଲୋକମାନଙ୍କୁ ବଉଳା କୁମ୍ଭୀରଙ୍କ ଆକ୍ରମଣରୁ ରକ୍ଷା କରିବା ପାଇଁ ପୋଷ୍ଟର ଏବଂ ନଦୀ କୂଳରେ ନିରାପଦ ଗାଧୁଆ ତୁଠ ନିର୍ମାଣ କରାଯାଇଛି। ସବୁବେଳେ କୁମ୍ଭୀରଠାରୁ ଦୂରରେ ରହିବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଛନ୍ତି। କୁମ୍ଭୀର ରାସ୍ତାରେ ବୁଲିବା ଘଟଣାକୁ ନେଇ ଆଖପାଖ ଅଂଚଳର ଲୋକଙ୍କ ମଧ୍ୟରେ ଏକ ପ୍ରକାର କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକମାନେ ନଦୀ ପାର୍ଶ୍ୱବର୍ତ୍ତୀ ଚାଷଜମିକୁ ଯିବା ପାଇଁ ଭୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri