ରାସ୍ତାରେ ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ରାଜନଗର,୬।୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ଜନଗହଳି ରାସ୍ତାର ଜୁଣଗଡିରୁ ଘଡିଆମାଳ ମଧ୍ୟରେ ଶୁକ୍ରବାର ବିଳମ୍ବିତ ରାତିରେ ୧୦ଫୁଟ ଲମ୍ବର ଏକ ବଉଳାକୁମ୍ଭୀର ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଥିଲା। ଦେଖଣାହାରୀ କୁମ୍ଭୀରକୁ ଦେଖି ପାଟି କରିବା ସହିତ ବନବିଭାଗକୁ ସୂଚନା ଦେଇଥିଲେ। ଉକ୍ତ ରାସ୍ତାର ଦୁଇ ପାର୍ଶ୍ୱରେ ବ୍ରାହ୍ମଣୀ ଏବଂ ପାଟ୍ଟଶାଳା ନଦୀ ପ୍ରବାହିତ। ବଉଳା କୁମ୍ଭୀରଟି ଖାଦ୍ୟ ଅନ୍ବେଷଣରେ ବ୍ରାହ୍ମଣୀ ନଦୀରୁ ଉଠିଆସି ରାସ୍ତା ପାର ହୋଇ ପାଟ୍ଟଶାଳା ନଦୀକୁ ଯିବା ସମୟରେ ଲୋକେ ଦେଖିଥିଲେ। ବନବିଭାଗ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ବି କୁମ୍ଭୀର ରାସ୍ତା ପାରି ହୋଇ ନଦୀକୁ ଚାଲିଯାଇଥିଲା। ଏ ସମ୍ପର୍କରେ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ କହିବା ଅନୁଯାୟୀ ଭିତରକନିକାକୁ ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ବ୍ରାହ୍ମଣୀ, ବୈତରଣୀ ଏବଂ ପାଟ୍ଟଶାଳା କୁମ୍ଭୀରମାନଙ୍କ ବାସସ୍ଥଳୀ। ଅଧିକାଂଶ ସମୟରେ କୁମ୍ଭୀରମାନେ ଖାଦ୍ୟ ଅନ୍ବେଷଣରେ ନଦୀ ପରବର୍ତ୍ତନ କରିଥାନ୍ତି। ନଦୀ କୂଳିଆ ଲୋକମାନଙ୍କୁ ବଉଳା କୁମ୍ଭୀରଙ୍କ ଆକ୍ରମଣରୁ ରକ୍ଷା କରିବା ପାଇଁ ପୋଷ୍ଟର ଏବଂ ନଦୀ କୂଳରେ ନିରାପଦ ଗାଧୁଆ ତୁଠ ନିର୍ମାଣ କରାଯାଇଛି। ସବୁବେଳେ କୁମ୍ଭୀରଠାରୁ ଦୂରରେ ରହିବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଛନ୍ତି। କୁମ୍ଭୀର ରାସ୍ତାରେ ବୁଲିବା ଘଟଣାକୁ ନେଇ ଆଖପାଖ ଅଂଚଳର ଲୋକଙ୍କ ମଧ୍ୟରେ ଏକ ପ୍ରକାର କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକମାନେ ନଦୀ ପାର୍ଶ୍ୱବର୍ତ୍ତୀ ଚାଷଜମିକୁ ଯିବା ପାଇଁ ଭୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri