ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶତାଧିକ ମଞ୍ଜୁରୀପ୍ରାପ୍ତ ପଦବୀ ଖାଲି

ଭୁବନେଶ୍ବର,୨୭ା୩(ବ୍ୟୁରୋ): ରେଭେନ୍‌ଶା ବିଶ୍ବବିଦ୍ୟାଳୟରେ ମୋଟ୍‌ ୨୬୭ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୫୩ଟି ପଦବୀ ଖାଲିପଡ଼ିଛି। ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟରେ ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ଏବଂ ପ୍ରଫେସରଙ୍କୁ ମିଶାଇ ମୋଟ୍‌ ୨୫୭ ମଞ୍ଜୁରୀପ୍ରାପ୍ତ ପଦବୀ ରହିଛି। ସେଥିରୁ ୧୨୯ ପଦବୀ ବର୍ତ୍ତମାନ ମଧ୍ୟ ଖାଲିପଡ଼ିଛି। କେବଳ ଏହି ଦୁଇଟି କଲେଜ ନୁହେଁ ଏଭଳି ଅନେକ ବିଶ୍ୱବିଦ୍ୟାଳୟରେ ସମାନ ଅବସ୍ଥା ରହିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। ସେହିପରି ସରକାରୀ ତଥ୍ୟ ମୁତାବକ, ରାଜ୍ୟର ଅନ୍ୟ କେତେକ ବିଶ୍ୱବିଦ୍ୟାଳୟ ଯଥା ସମ୍ବଲପୁର ବିଶ୍ବବିଦ୍ୟାଳୟରେ ୧୫୩ ପଦରୁ ୬୨, ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ୧୯୬ ପଦରୁ ୮୦, ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟରେ ୩୮ ପଦରୁ ୧୯, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟରେ ୧୧୫ ପଦରୁ ୭୬, ଗଙ୍ଗାଧର ମେହର ବିଶ୍ବବିଦ୍ୟାଳୟରେ ୧୪୪ ପଦରୁ ୭୦ଟି ପଦବୀ ଖାଲିପଡିଛି। ସମାନଭାବେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ୧୩୮ ପଦରୁ ୭୯, ଫକିର ମୋହନ ବିଶ୍ବବିଦ୍ୟାଳୟରେ ୧୧୭ ପଦରୁ ୪୩ଟି ଖାଲି ରହିଛି। ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ କେହି ହେଲେ ଜଣେ ପ୍ରଫେସର୍‌ ନାହାନ୍ତି। ମୋଟ୍‌ ୫୦ ମଞ୍ଜୁରୀପ୍ରାପ୍ତ ପ୍ରଫେସର ପଦରୁ ୫୦ଟି ଖାଲି ରହିଛି। ଏହାସହ ରାଜ୍ୟର ୧୨ ବିଶ୍ବବିଦ୍ୟାଳୟରେ ୧୭୨୦ ଶିକ୍ଷକ ପଦରୁ ୧୦୦୫ ଏବଂ ୨୬୩୯ ଅଣଶିକ୍ଷକ ପଦରୁ ୧୫୩୪ଟି ଖାଲି ପଡ଼ିଛି। ସୂଚନାଯୋଗ୍ୟ, ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧିତ ଅଧିନିୟମ ବିବାଦକୁ ନେଇ ଏବେ ସର୍ବୋଚ୍ଚ ନ୍ୟାୟାଳୟରେ ମାମଲା ଚାଲିଥିବାରୁ ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ବାରା ଚାଲିଥିବା ପ୍ରଫେସର ନିଯୁକ୍ତି ପ୍ରକ୍ରିୟା ହୋଇପାରୁନାହିଁ। ତେବେ ଜଣେ ଅବସରପ୍ରାପ୍ତ ପ୍ରଫେସରଙ୍କ କହିବା ମୁତାବକ, ରାଜ୍ୟରେ ଥିବା ପୁରାତନ ବିଶ୍ବବିଦ୍ୟାଳୟଗୁଡ଼ିକର ସମସ୍ୟା ଲାଗି ରହିଛି। ବିଶ୍ବବିଦ୍ୟାଳୟଗୁଡ଼ିକରେ ବର୍ଷବର୍ଷ ଧରି ପ୍ରଫେସର ପଦ ଖାଲିପଡ଼ିଛି। କେବଳ ପ୍ରଫେସର ନୁହନ୍ତି ଶିକ୍ଷକ ଏବଂ ଅଣଶିକ୍ଷକ ପଦରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ଅତିଥି ଅଧ୍ୟାପକଙ୍କ ଭରସାରେ ପାଠପଢ଼ା ଚାଲିଲେ ରାଜ୍ୟର ଶିକ୍ଷାବ୍ୟବସ୍ଥା କିପରି ଚାଲିଛି ସ୍ପଷ୍ଟ ଅନୁମେୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?