ଫିଟ୍‌ନେସ୍‌ ସାର୍ଟିଫିକେଟ୍‌ ନ ଥିବା ଦର୍ଶାଇ ଜିଲାପାଳଙ୍କୁ ପତ୍ର

ବାଲେଶ୍ୱର ଅଫିସ, ୨୨।୧୨: ରେଳ ମନ୍ତ୍ରଣାଳୟର ସେଫ୍ଟି ସାର୍ଟିଫିକେଟ୍‌ ବିନା ରେଳ ଓଭରବ୍ରିଜ୍‌ର ଉଦ୍‌ଘାଟନକୁ ନେଇ ଜିଲା ପ୍ରଶାସନ ଓ ରେଲଓ୍ବେ ମଧ୍ୟରେ ବିବାଦ ଦେଖାଦେଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଗସ୍ତରେ ଆସି ଶୋଭାରାମପୁରଠାରେ ରେଲଓ୍ବେ ଓଭରବ୍ରିଜ୍‌ (ଏଲ୍‌ସି-୭୯) ଉଦ୍‌ଘାଟନ କରିବାର ସମସ୍ତ କାର୍ଯ୍ୟ ଶେଷ ହୋଇଥିବା ବେଳେ ରେଲଓ୍ବେ ପକ୍ଷରୁ ଫିଟନେସ୍‌ ସାର୍ଟିଫିକେଟ୍‌ ନେଇ ନ ଥିବା ଜାଣି ରେଳ ବିଭାଗର ଡିଭିଜନାଲ ରେଲୱେ ମ୍ୟାନେଜର ଏମ୍‌.ଏସ୍‌. ହସମି ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ଏହାକୁ ନେଇ ରେଳ ଓଭରବ୍ରିଜ୍‌ର ଉଦ୍‌ଘାଟନ ହୋଇପାରିବ କି ନାହଁି ସେନେଇ ନାନା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଏହା ଏବେ ରାଜନୈତିକ ବିବାଦ ଭାବରେ ପରିଲକ୍ଷିତ ହୋଇଛି। ସଂସଦ ଚାଲୁ ରହିଥିବା ବେଳେ ବାଲେଶ୍ୱର ଏମ୍‌ପି ଦିଲ୍ଲୀରେ ଅଛନ୍ତି। ଏହି ସମୟରେ ରେଳ ଓଭରବ୍ରିଜ୍‌ ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀ କରୁଥିବା ବେଳେ ଭାଜପା ମଧ୍ୟ ଅସନ୍ତୁଷ୍ଟ ରହିଛି। ଏହି କାର୍ଯ୍ୟକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତାଳମେଳ ନ ଥିବା ସ୍ପଷ୍ଟ ବାରି ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଉକ୍ତ ସ୍ଥାନକୁ ଯାଇ ରେଳ ଓଭରବ୍ରିଜ୍‌କୁ ଉଦ୍‌ଘାଟନ କରୁଛନ୍ତି କି ନାହଁି ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri