ଫିଟ୍‌ନେସ୍‌ ସାର୍ଟିଫିକେଟ୍‌ ନ ଥିବା ଦର୍ଶାଇ ଜିଲାପାଳଙ୍କୁ ପତ୍ର

ବାଲେଶ୍ୱର ଅଫିସ, ୨୨।୧୨: ରେଳ ମନ୍ତ୍ରଣାଳୟର ସେଫ୍ଟି ସାର୍ଟିଫିକେଟ୍‌ ବିନା ରେଳ ଓଭରବ୍ରିଜ୍‌ର ଉଦ୍‌ଘାଟନକୁ ନେଇ ଜିଲା ପ୍ରଶାସନ ଓ ରେଲଓ୍ବେ ମଧ୍ୟରେ ବିବାଦ ଦେଖାଦେଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଗସ୍ତରେ ଆସି ଶୋଭାରାମପୁରଠାରେ ରେଲଓ୍ବେ ଓଭରବ୍ରିଜ୍‌ (ଏଲ୍‌ସି-୭୯) ଉଦ୍‌ଘାଟନ କରିବାର ସମସ୍ତ କାର୍ଯ୍ୟ ଶେଷ ହୋଇଥିବା ବେଳେ ରେଲଓ୍ବେ ପକ୍ଷରୁ ଫିଟନେସ୍‌ ସାର୍ଟିଫିକେଟ୍‌ ନେଇ ନ ଥିବା ଜାଣି ରେଳ ବିଭାଗର ଡିଭିଜନାଲ ରେଲୱେ ମ୍ୟାନେଜର ଏମ୍‌.ଏସ୍‌. ହସମି ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ଏହାକୁ ନେଇ ରେଳ ଓଭରବ୍ରିଜ୍‌ର ଉଦ୍‌ଘାଟନ ହୋଇପାରିବ କି ନାହଁି ସେନେଇ ନାନା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଏହା ଏବେ ରାଜନୈତିକ ବିବାଦ ଭାବରେ ପରିଲକ୍ଷିତ ହୋଇଛି। ସଂସଦ ଚାଲୁ ରହିଥିବା ବେଳେ ବାଲେଶ୍ୱର ଏମ୍‌ପି ଦିଲ୍ଲୀରେ ଅଛନ୍ତି। ଏହି ସମୟରେ ରେଳ ଓଭରବ୍ରିଜ୍‌ ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀ କରୁଥିବା ବେଳେ ଭାଜପା ମଧ୍ୟ ଅସନ୍ତୁଷ୍ଟ ରହିଛି। ଏହି କାର୍ଯ୍ୟକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତାଳମେଳ ନ ଥିବା ସ୍ପଷ୍ଟ ବାରି ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଉକ୍ତ ସ୍ଥାନକୁ ଯାଇ ରେଳ ଓଭରବ୍ରିଜ୍‌କୁ ଉଦ୍‌ଘାଟନ କରୁଛନ୍ତି କି ନାହଁି ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?