ଶ୍ରେଣୀଠାରୁ ଶ୍ରେଣୀଗୃହ ସଂଖ୍ୟା ଅଧିକ, ହେଲେ ଶିକ୍ଷାଦାନ କରିବାକୁ ନାହାନ୍ତି ଶିକ୍ଷକ

ବଇଣ୍ଡା, ୨୨ା୧୨ (ଡି.ଏନ.ଏ.): ନିର୍ମାଣ ହୋଇଛି ବିଦ୍ୟାଳୟର ନୂତନ କୋଠା। ଶ୍ରେଣୀଠାରୁ ଅଧିକ ଅଛି ଶ୍ରେଣୀଗୃହ ସଂଖ୍ୟା। ହେଲେ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ କରିବାକୁ ନାହାନ୍ତି ଆବଶ୍ୟକ ସଂଖ୍ୟକ ଶିକ୍ଷକ। ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ନିଆଯାଉନି ପଦକ୍ଷେପ। ଫଳରେ ବିପର୍ଯ୍ୟସ୍ତ ଶିକ୍ଷାଦାନ ଯୋଗୁ ପାଠରେ ପଛେଇ ଯାଉଛନ୍ତି ପିଲା। ଏପରି କି ସ୍କୁଲ ଯିବାକୁ ସେମାନେ ପୂର୍ବପରି ଆଗ୍ରହ ପ୍ରକାଶ କରୁନାହାନ୍ତି। ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ଦେଖି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଶରଧାମୁଣ୍ଡା ଗ୍ରାମବାସୀ। ବୁଧବାର ଏ ନେଇ ଗ୍ରାମବାସୀ ପୁନର୍ବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଶରଧାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ୧୯୭୮ରେ ସ୍ଥାପନ ହୋଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଏହି ଶିକ୍ଷାନୁଷ୍ଠାନରେ ବର୍ତ୍ତମାନ ୫୪ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। କିନ୍ତୁ ଏମାନଙ୍କୁ ଶିକ୍ଷାଦାନ ପାଇଁ ଜଣେ ପ୍ରଧାନ ଶିକ୍ଷୟିତ୍ରୀ ଅଛନ୍ତି। ପୂର୍ବରୁ ଏହି ବିଦ୍ୟାଳୟରେ ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଥିବାବେଳେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରିଦିଆଯାଇଛି। ତାଙ୍କ ସ୍ଥାନରେ ଆଉ କୌଣସି ଶିକ୍ଷକଙ୍କୁ ନିଯୁକ୍ତ କରାଯାଇନାହଁି। ଫଳରେ ଜଣେ ଶିକ୍ଷୟିତ୍ରୀ ୫ଟି ଶ୍ରେଣୀର ପିଲାଙ୍କୁ ପଢ଼ାଇବା ସମ୍ଭବ ହୋଇପାରୁ ନାହିଁ। ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏହି ଶିକ୍ଷାନୁଷ୍ଠାନର ନୂତନ ଗୃହ ୬ ମାସ ତଳେ ନିର୍ମାଣ କରାଯାଇଛି। ଏଥିପାଇଁ ୧ କୋଟି ୫୬ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଏଠାରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବାବେଳେ ଅନ୍ୟ ସମସ୍ୟାର ସମାଧାନ ମଧ୍ୟ କରାଯାଉ ନାହିଁ। ନୂଆ କୋଠାକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରି ନାହିଁ। ପିଇବା ପାଣିର ସ୍ଥାୟୀ ବ୍ୟବସ୍ଥା କରାଯାଇ ନାହିଁ। ଏଠାରେ ଥିବା ନଳକୂଅରୁ ଲୁହାଟିଆ ପାଣି ବାହାରୁଥିବାରୁ ତାହା ବ୍ୟବହାରରେ ଲାଗିପାରୁ ନାହିଁ। ସବୁଠାରୁ ବଡ଼ ଅସୁବିଧା ହେଲା ଶୌଚାଳୟ ଥିଲେ ମଧ୍ୟ ଜଳସଂଯୋଗ ହୋଇ ନ ନାହିଁ। ଫଳରେ ଏହାକୁ ବ୍ୟବହାର କରି ନ ପାରି ଛାତ୍ରୀମାନେ ଶୌଚ ପାଇଁ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି। ସମସ୍ୟା ସମ୍ପର୍କରେ ଶରଧାମୁଣ୍ଡା ଗ୍ରାମବାସୀ ଗତ ୨୦ ମେ ୨୦୨୨ରେ ଅନୁଗୋଳ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଗଣଶିକ୍ଷାମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ହେଲେ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଗଲା ନାହିଁ। ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିବା ଗ୍ରାମବାସୀ ବୁଧବାର ପୁଣିଥରେ ଜିଲାପାଳ, ଆଠମଲ୍ଲିକ ବିଇଓ, ଆଠମଲ୍ଲିକ ବିଧାୟକ, ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କଠାରେ ଅଭିଯୋଗ କରିଛନ୍ତି। ତୁରନ୍ତ ଜଣେ ଶିକ୍ଷକଙ୍କୁ ବିଦ୍ୟାଳୟରେ ନିଯୁକ୍ତି ସହ ଅନ୍ୟ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବିଇଓ ଦାଶରଥୀ ଶୁଣ୍ଢୀ କହିଛନ୍ତି, ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri