ଶ୍ରେଣୀଠାରୁ ଶ୍ରେଣୀଗୃହ ସଂଖ୍ୟା ଅଧିକ, ହେଲେ ଶିକ୍ଷାଦାନ କରିବାକୁ ନାହାନ୍ତି ଶିକ୍ଷକ

ବଇଣ୍ଡା, ୨୨ା୧୨ (ଡି.ଏନ.ଏ.): ନିର୍ମାଣ ହୋଇଛି ବିଦ୍ୟାଳୟର ନୂତନ କୋଠା। ଶ୍ରେଣୀଠାରୁ ଅଧିକ ଅଛି ଶ୍ରେଣୀଗୃହ ସଂଖ୍ୟା। ହେଲେ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ କରିବାକୁ ନାହାନ୍ତି ଆବଶ୍ୟକ ସଂଖ୍ୟକ ଶିକ୍ଷକ। ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ନିଆଯାଉନି ପଦକ୍ଷେପ। ଫଳରେ ବିପର୍ଯ୍ୟସ୍ତ ଶିକ୍ଷାଦାନ ଯୋଗୁ ପାଠରେ ପଛେଇ ଯାଉଛନ୍ତି ପିଲା। ଏପରି କି ସ୍କୁଲ ଯିବାକୁ ସେମାନେ ପୂର୍ବପରି ଆଗ୍ରହ ପ୍ରକାଶ କରୁନାହାନ୍ତି। ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ଦେଖି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଶରଧାମୁଣ୍ଡା ଗ୍ରାମବାସୀ। ବୁଧବାର ଏ ନେଇ ଗ୍ରାମବାସୀ ପୁନର୍ବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଶରଧାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ୧୯୭୮ରେ ସ୍ଥାପନ ହୋଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଏହି ଶିକ୍ଷାନୁଷ୍ଠାନରେ ବର୍ତ୍ତମାନ ୫୪ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। କିନ୍ତୁ ଏମାନଙ୍କୁ ଶିକ୍ଷାଦାନ ପାଇଁ ଜଣେ ପ୍ରଧାନ ଶିକ୍ଷୟିତ୍ରୀ ଅଛନ୍ତି। ପୂର୍ବରୁ ଏହି ବିଦ୍ୟାଳୟରେ ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଥିବାବେଳେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରିଦିଆଯାଇଛି। ତାଙ୍କ ସ୍ଥାନରେ ଆଉ କୌଣସି ଶିକ୍ଷକଙ୍କୁ ନିଯୁକ୍ତ କରାଯାଇନାହଁି। ଫଳରେ ଜଣେ ଶିକ୍ଷୟିତ୍ରୀ ୫ଟି ଶ୍ରେଣୀର ପିଲାଙ୍କୁ ପଢ଼ାଇବା ସମ୍ଭବ ହୋଇପାରୁ ନାହିଁ। ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏହି ଶିକ୍ଷାନୁଷ୍ଠାନର ନୂତନ ଗୃହ ୬ ମାସ ତଳେ ନିର୍ମାଣ କରାଯାଇଛି। ଏଥିପାଇଁ ୧ କୋଟି ୫୬ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଏଠାରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବାବେଳେ ଅନ୍ୟ ସମସ୍ୟାର ସମାଧାନ ମଧ୍ୟ କରାଯାଉ ନାହିଁ। ନୂଆ କୋଠାକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରି ନାହିଁ। ପିଇବା ପାଣିର ସ୍ଥାୟୀ ବ୍ୟବସ୍ଥା କରାଯାଇ ନାହିଁ। ଏଠାରେ ଥିବା ନଳକୂଅରୁ ଲୁହାଟିଆ ପାଣି ବାହାରୁଥିବାରୁ ତାହା ବ୍ୟବହାରରେ ଲାଗିପାରୁ ନାହିଁ। ସବୁଠାରୁ ବଡ଼ ଅସୁବିଧା ହେଲା ଶୌଚାଳୟ ଥିଲେ ମଧ୍ୟ ଜଳସଂଯୋଗ ହୋଇ ନ ନାହିଁ। ଫଳରେ ଏହାକୁ ବ୍ୟବହାର କରି ନ ପାରି ଛାତ୍ରୀମାନେ ଶୌଚ ପାଇଁ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି। ସମସ୍ୟା ସମ୍ପର୍କରେ ଶରଧାମୁଣ୍ଡା ଗ୍ରାମବାସୀ ଗତ ୨୦ ମେ ୨୦୨୨ରେ ଅନୁଗୋଳ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଗଣଶିକ୍ଷାମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ହେଲେ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଗଲା ନାହିଁ। ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିବା ଗ୍ରାମବାସୀ ବୁଧବାର ପୁଣିଥରେ ଜିଲାପାଳ, ଆଠମଲ୍ଲିକ ବିଇଓ, ଆଠମଲ୍ଲିକ ବିଧାୟକ, ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କଠାରେ ଅଭିଯୋଗ କରିଛନ୍ତି। ତୁରନ୍ତ ଜଣେ ଶିକ୍ଷକଙ୍କୁ ବିଦ୍ୟାଳୟରେ ନିଯୁକ୍ତି ସହ ଅନ୍ୟ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବିଇଓ ଦାଶରଥୀ ଶୁଣ୍ଢୀ କହିଛନ୍ତି, ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?