ପୋତି ହୋଇଛି ୨୦ରୁ ଊର୍ଦ୍ଧ୍ୱ ପୁରାଣ ପ୍ରସିଦ୍ଧ ପୋଖରୀ

କେନ୍ଦ୍ରାପଡ଼ା ଅଫିସ,୮।୨: ୧୮୮୫ ମେ ୧୮ରେ ଲର୍ଡ ରିପନ ସ୍ବାୟତ୍ତ ଶାସନ ପ୍ରସ୍ତାବ ଗ୍ରହଣ ପୂର୍ବରୁ ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି ଭାବେ ୧୮୬୯ ମାର୍ଚ୍ଚ ୧୦ରେ କେନ୍ଦ୍ରାପଡ଼ାର ନାମ ଘୋଷଣା ହୋଇଥିଲା। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୧୫୨ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବହୁ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ୍‌ ନିୟନ୍ତ୍ରଣ ବ୍ୟବସ୍ଥା ନ କହିଲେ ଭଲ। ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପୁରାଣ ପ୍ରସିଦ୍ଧ ପୋଖରୀ ପୋତି ହୋଇଗଲାଣି। ନାଳ ସବୁ ଆବର୍ଜନାରେ ଭରି ରହିବା ହେତୁ ବର୍ଷ ସାରା ମଶାଙ୍କ ବାସସ୍ଥଳ ପାଲଟିଛି। ସହରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଦୃଷ୍ଟି ଦେବାକୁ ସହରବାସୀ ଦାବି କରିଛନ୍ତି।
ଏ ସମ୍ପର୍କରେ ଅମରବର ବିଶ୍ୱାଳ କହିଛନ୍ତି, ସ୍ଥାନୀୟ ଅଞ୍ଚଳର ବିକାଶ ପ୍ରତି ଲୋକ ପ୍ରତିନିଧି ଧ୍ୟାନ ଦେଇଥାନ୍ତି। ୪ବର୍ଷ ପୂର୍ବେ ପୌର ପରିଷଦ ଭାଙ୍ଗିଥିଲେ ମଧ୍ୟ ଅଦ୍ୟାବଧି ନିର୍ବାଚନ ହୋଇନାହିଁ। ଫଳରେ ଲୋକେ ସ୍ଥାନୀୟ ସମସ୍ୟା ନେଇ ପୌରାଞ୍ଚଳ ଦାୟିତ୍ୱରେ ଥିବା ପ୍ରଶାସକଙ୍କ ନିକଟରେ ପହଞ୍ଚତ୍ ପାରୁନାହାନ୍ତି। କେନ୍ଦ୍ରାପଡ଼ା ସହର ସମେତ ଆଖପାଖ ଅଞ୍ଚଳରେ ପୂର୍ବରୁ ନୌପରିବହନ ହେଉଥିଲା। ସେହିପରି ଏହା ଅଧୀନରେ ଥିବା ୨୧ଟି ୱାର୍ଡରେ ଗୋଟିଏ ଦୁଇଟି ପୋଖରୀ ଅଛି। ପ୍ରାୟ ୨୦ଟି ପୁରାଣ ପ୍ରସିଦ୍ଧ ପୋଖରୀ, ନିକଟସ୍ଥ ଗୋବରୀ ନଦୀ ଓ କେନାଲ ଏବେ ଜବରଦଖଲକାରୀଙ୍କ କବଜ୍ଜାକୁ ଚାଲିଯାଇଛି। ନାଳ ଓ ପୋଖରୀ ଆବର୍ଜନାରେ ଭର୍ତ୍ତି ହୋଇ ପରିବେଶ ପ୍ରଦୂଷିତ ହେଉଛି। କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ଏହି ପୋଖରୀ ଓ ନାଳର ପୁନରୁଦ୍ଧାର ହୋଇପାରନ୍ତା। ଏ ନେଇ କ୍ଷୀତିଶ କୁମାର ସିଂହ କହିଛନ୍ତି, ଜଳ ନିଷ୍କାସନ ସମସ୍ୟା ପାଇଁ ପ୍ରଶାସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଛି। ମହିପାଳ, ବଣିଆମାଳ, ନୂଆ ବସ୍‌ଷ୍ଟାଣ୍ଡ ଆଦି ପୋଖରୀଗୁଡିକ ପୌରପାଳିକା ଅଧୀନରେ ଥିଲେ ମଧ୍ୟ ସଫା ହେଉନାହିଁ। ପୌରପାଳିକା କାର୍ଯ୍ୟାଳୟ ପରିସରରେ ଥିବା ପୋଖରୀର ପୁନରୁଦ୍ଧାର କରାଯାଉନାହିଁ। ସହର ମଧ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥା ଅସମ୍ଭାଳ ହେଉଛି। ସୁଚିନ୍ତିତ ଯୋଜନା ନ ଥିବାରୁ ରାସ୍ତା ସଂକୁଚିତ ହୋଇରହିଛି। ଉଚ୍ଛେଦକୁ ସ୍ଥାନୀୟ ଲୋକେ ମାନୁ ନ ଥିବାରୁ ଜବରଦଖଲ ସମସ୍ୟା ବଢିଛି। ଗୋବରୀ ନଦୀ ପଠା ଓ କେନାଲର ସରକାରୀ ଜମି ଏବେ ଜବରଦଖଲକାରୀଙ୍କ ମାଲିକାନାରେ ଅଛି। କେଉଁ ପରିସ୍ଥିତିରେ ଏହି ଜବରଦଖଲକାରୀଙ୍କୁ ଜମି ଦଖଲ ପାଇଁ ମଞ୍ଜୁରୀ ମିଳିଛି ବୋଲି ପ୍ରଶ୍ନ କଲେ ଏହାର ଉତ୍ତର ପ୍ରଶାସନିକ ଅଧିକାରୀ ଦେଇ ପାରୁନାହାନ୍ତି। ରାସ୍ତା ସମ୍ପ୍ରସାରଣ ସମୟରେ ବିଦ୍ୟୁତ୍‌ ଖୁଣ୍ଟ ଉଠାଯାଉ ନ ଥିବାରୁ ଯାତାୟାତ ବେଳେ ଗାଡିମଟର ଅଟକି ରହୁଛି। ସେହିପରି ସହର ପାଇଁ ଦ୍ୱିତୀୟ ବାଇପାସ ରୋଡ ନିର୍ମାଣ କାର୍ଯ୍ୟ ବହୁଦିନରୁ ଅଟକି ରହିଛି। ସେକ୍‌ ସାବିର କହିଛନ୍ତି, ସର୍ବପୁରାତନ ସହରର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ଏଥିପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ଅନୁଦାନ ଯୋଗାଇବା କଥା। ଏକା ଦିନରେ କେନ୍ଦ୍ରାପଡ଼ା ସହ ଯାଜପୁର ମ୍ୟୁନିସିପାଲିଟି ଘୋଷଣା ହୋଇଥିଲା। ଯାଜପୁର ସହରର ଉନ୍ନୟନ କାର୍ଯ୍ୟ ସମ୍ମୁଖରେ କେନ୍ଦ୍ରାପଡ଼ା ପୌରାଞ୍ଚଳ ବହୁ ପଛରେ ପଡିଛି। ଏ ସମ୍ପର୍କରେ ପୌରନିର୍ବାହୀ ଅଧିକାରୀ ଦେବପ୍ରସାଦ ବଳ କହିଛନ୍ତି, କିଛିବର୍ଷ ମଧ୍ୟରେ ସହରର ରୂପରେଖ ବଦଳିଛି। ଆଲୋକୀକରଣ, ରାସ୍ତାଘାଟର ଉନ୍ନତି ସହ ପାର୍କ ସ୍ଥାପନ ହୋଇଛି। ଏହାବ୍ୟତୀତ ପ୍ରତି ୱାର୍ଡ ମଧ୍ୟରେ ଥିବା ସ୍ଥାନୀୟ ସମସ୍ୟାଗୁଡିକ ବିଧାୟକଙ୍କ ସହ ପୌର ପ୍ରଶାସନ ଅନୁଧ୍ୟାନ କରୁଛି। ଖୁବ୍‌ଶୀଘ୍ର ରାଜ୍ୟର ଉନ୍ନତ ସହର ମଧ୍ୟରେ କେନ୍ଦ୍ରାପଡ଼ାକୁ ରଖିବାକୁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri