ପୋତି ହୋଇଛି ୨୦ରୁ ଊର୍ଦ୍ଧ୍ୱ ପୁରୁଣା ପୋଖରୀ

କେନ୍ଦ୍ରାପଡ଼ା ଅଫିସ, ୫ା୪:୧୮୬୯ ମାର୍ଚ୍ଚ ୧୦ରେ ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି ଭାବେ କେନ୍ଦ୍ରାପଡ଼ାକୁ ମାନ୍ୟତା ମିଳିଥିଲା। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୧୫୩ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡ଼ି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍‌ ଭାବେ ଚାଲୁନାହିଁ। ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପୁରାଣ ପ୍ରସିଦ୍ଧ ପୋଖରୀ ଓ ନାଳ ଅଳିଆ ଆବର୍ଜନାରେ ଭରି ରହିବା ହେତୁ ବର୍ଷ ସାରା ମଶାଙ୍କ ବାସସ୍ଥଳ ପାଲଟିଛି। ଏହି ପୁରାତନ ସହରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଦୃଷ୍ଟିଦେବାକୁ ସ୍ଥାନୀୟ ସହରବାସୀ ଦାବି କରିଛନ୍ତି।
ଏ ସମ୍ପର୍କରେ ଅମରବର ବିଶ୍ୱାଳ କହିଛନ୍ତି, ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ଜଳପଥ ଏହି ଜିଲାରେ ଅଛି। ଏହି ସହର ସମେତ ଆଖପାଖ ଅଞ୍ଚଳରେ ପୂର୍ବରୁ ନୌପରିବହନ ହେଉଥିଲା। ତେବେ ପୌରାଞ୍ଚଳର ୨୧ଟି ୱାର୍ଡରେ ଏବେ ଗୋଟିଏ ଦୁଇଟି ପୋଖରୀ ନଜରକୁ ଆସୁଛି। ପ୍ରାୟ ୨୦ଟି ପୁରାଣ ପ୍ରସିଦ୍ଧ ପୋଖରୀ ଓ ନିକଟସ୍ଥ ଗୋବରୀ ନଦୀ ଓ କେନାଲ ଏବେ ଜବରଦଖଲକାରୀଙ୍କ କବଳକୁ ଚାଲିଯାଇଛି। ନାଳ ଓ ପୋଖରୀଗୁଡ଼ିକ ଆବର୍ଜନାରେ ଭର୍ତ୍ତି ହୋଇଛି। ଫଳରେ ମଶା ମାଛିଙ୍କ ଉପଦ୍ରବ ସହ ପରିବେଶ ଦୂଷିତ କରୁଛି। କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ଏହି ପୋଖରୀ ଓ ନାଳର ପୁନରୁଦ୍ଧାର ହୋଇପାରନ୍ତା। ସ୍ଥାନୀୟ ନେତୃତ୍ୱର ଅଭାବ ସହ ପ୍ରଶାସକଙ୍କର ଏଥିପ୍ରତି ଦୃଷ୍ଟି ପଡୁନାହିଁ। ସେକ ସାବିର କହିଛନ୍ତି, ଜଳ ନିଷ୍କାସନ ସମସ୍ୟା ପାଇଁ ପ୍ରଶାସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଛି। ମହିପାଳ, ବଣିଆମାଳ, ନୂଆ ବସ୍‌ଷ୍ଟାଣ୍ଡ ଆଦି ପୋଖରୀଗୁଡ଼ିକ ପୌରପାଳିକା ଅଧୀନରେ ଥିଲେ ମଧ୍ୟ ସଫା ହୋଇପାରୁନାହିଁ। ସହର ମଧ୍ୟରେ ଟ୍ରାଫିକ ବ୍ୟବସ୍ଥା ଅସମ୍ଭାଳ ହୋଇଛି। ସୁଚିନ୍ତିତ ଯୋଜନା ନ ଥିବାରୁ ରାସ୍ତାଗୁଡ଼ିକ ସଙ୍କୁଚିତ ହୋଇଛି। ଉଚ୍ଛେଦକୁ ସ୍ଥାନୀୟ ଲୋକ ମାନୁ ନ ଥିବାରୁ ଜବରଦଖଲ ସମସ୍ୟା ବଢ଼ିଛି। ଗୋବରୀ ନଦୀ ପଠା ଓ ଗୋବରୀ କେନାଲର ସରକାରୀ ଜମି ଏବେ ଜବରଦଖଲକାରୀଙ୍କ ମାଲିକାନାରେ ଅଛି। କେଉଁ ପରିସ୍ଥିତିରେ ଏହି ଜବରଦଖଲକାରୀଙ୍କୁ ଜମି ଦଖଲ ପାଇଁ ମଞ୍ଜୁରୀ ମିଳିଛି ବୋଲି ପ୍ରଶ୍ନ କଲେ ଏହାର ଉତ୍ତର ପ୍ରଶାସନିକ ଅଧିକାରୀମାନେ ଦେଇପାରୁନାହାନ୍ତି। ରାସ୍ତା ସମ୍ପ୍ରସାରଣ ସମୟରେ ବିଦ୍ୟୁତ୍‌ ଖୁଣ୍ଟ ଉଠାଯାଉ ନ ଥିବାରୁ ଯାତାୟାତ ସମୟରେ ଗାଡ଼ିମଟର ଅଟକି ରହୁଛି। ସେହିପରି ସହର ପାଇଁ ଦ୍ୱିତୀୟ ବାଇପାସ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ବହୁଦିନରୁ ଅଟକି ରହିଛି। ସେକ୍‌ ଅମଜାନ କହିଛନ୍ତି, ରାଜ୍ୟର ଏହି ସର୍ବପୁରାତନ ସହରର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ଏଥିପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଦୃଷ୍ଟି ଦେବା ସହ ଅନୁଦାନ ଯୋଗାଇବା କଥା। ଏକା ଦିନରେ କେନ୍ଦ୍ରାପଡ଼ା ସହିତ ଯାଜପୁର ମ୍ୟୁନିସିପାଲିଟିର ଘୋଷଣା ହୋଇଥିଲା। ଯାଜପୁର ସହରର ଉନ୍ନୟନ କାର୍ଯ୍ୟ ସମ୍ମୁଖରେ କେନ୍ଦ୍ରାପଡ଼ା ପୌରାଞ୍ଚଳ ବହୁ ପଛରେ ପଡ଼ିଛି ବୋଲି ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ନବନିର୍ବାଚିତ ପୌରାଧ୍ୟକ୍ଷା ସରିତା ସାହୁ କହିଛନ୍ତି, ବିଗତ କିଛିବର୍ଷ ମଧ୍ୟରେ ସହରର ରୂପରେଖ ବଦଳିଛି। ଆଲୋକୀକରଣ, ରାସ୍ତାଘାଟର ଉନ୍ନତି ସହ ପାର୍କ ଆଦି ସ୍ଥାପନ ହୋଇଛି। ଏହାବ୍ୟତୀତ ପ୍ରତି ୱାର୍ଡ ମଧ୍ୟରେ ଥିବା ସ୍ଥାନୀୟ ସମସ୍ୟାଗୁଡିକ ନଜରକୁ ଆସିଛି। ଖୁବ୍‌ଶୀଘ୍ର ଏହି ସହରକୁ ରାଜ୍ୟର ଉନ୍ନତ ସହର ମଧ୍ୟରେ ରଖିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?