୨୫ ୱାର୍ଡରେ ନାହାନ୍ତି କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ):ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ। ଚଳିତ ବର୍ଷ ପ୍ରଥମଥର ପାଇଁ ଭୋଟରମାନେ ମେୟରଙ୍କୁ ସିଧାସଳଖ ବାଛିବେ। ତେଣୁ ମେୟର ପଦ ଏବେ ସବୁଦଳ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଉପରେ ଏବେ ସମସ୍ତଙ୍କ ନଜର ରହିଛି। ମେୟର ପଦ ପାଇଁ ୧୨ ଦଳ ପ୍ରାର୍ଥୀ ଦେଇଥିବାବେଳେ କିଏ ଭୁବନେଶ୍ୱର ମେୟର ପଦ ହାତେଇବ ତାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବିଶେଷକରି ମେୟର ଭୋଟ ଦଳୀୟ ପ୍ରସ୍ତୁତି ଓ କର୍ପୋରେଟରଙ୍କ ଉପରେ ଅଧିକ ନିର୍ଭରଶୀଳ। ଭାଜପା ଓ ବିଜେଡି ସମସ୍ତ ୬୭ ଓ୍ବାର୍ଡରେ କର୍ପୋରେଟର ପ୍ରାର୍ଥୀ ଦେଇ ମେୟର ପଦବୀ ପାଇଁ ଆଶା ରଖିଥିବାବେଳେ କଂଗ୍ରେସ ମାତ୍ର ୪୨ ଓ୍ବାର୍ଡରେ ପ୍ରାର୍ଥୀ ଦେବାରେ ସକ୍ଷମ ହୋଇଛି। ଆହୁରି ୨୫ ଓ୍ବାର୍ଡରେ ପ୍ରାର୍ଥୀ ନ ଥିବାରୁ କଂଗ୍ରେସର ମେୟର ପଦ ଆଶା କ୍ଷୀଣ ବୋଲି ରାଜନୈତିକ ବିଶ୍ଳେଷକମାନେ କହୁଛନ୍ତି।
ଗତ ୪ ତାରିଖରେ କଂଗ୍ରେସ ପ୍ରଥମ ଦଳ ଭାବେ ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ସେହିଦିନ ଅପରାହ୍ନରେ ୩୦ ୱାର୍ଡ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡାନ୍ତ କର୍ପୋରେଟର ପ୍ରାର୍ଥୀ ତାଲିକା ପ୍ରକାଶ କରିଥିଲା। ୭ ତାରିଖ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ସୁଦ୍ଧା କଂଗ୍ରେସ ଆଉ ୧୩ ୱାର୍ଡ଼ ପାଇଁ ପ୍ରାର୍ଥୀ ଦେଇଥିଲା। ପୂର୍ବତନ କର୍ପୋରେଟର ଦମ୍ପତି ପ୍ରତାପ ରାଉତରାୟ ଓ ତାଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନାମୟୀ ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେବା ସହ ଜ୍ୟୋତ୍ସ୍ନାମୟୀ ୧୯ନଂ. ୱାର୍ଡ ପାଇଁ ନାମାଙ୍କନ ଦାଖଲ କରିଥିଲେ। ହେଲେ ଶୁକ୍ରବାର ସେ ତାଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଥିବାରୁ ବର୍ତ୍ତମାନ କଂଗ୍ରେସର କର୍ପୋରେଟର ପ୍ରାର୍ଥୀଙ୍କ ସଂଖ୍ୟା ୪୨କୁ ଖସି ଆସିଛି।
ଅନ୍ୟପକ୍ଷରେ ପଞ୍ଚାୟତ ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ସହ ୭୬୫ ଜିଲା ପରିଷଦ ଆସନ ହାତେଇ ଥିବା ଶାସକ ବିଜେଡି ମେୟର ପଦ ଅକ୍ତିଆର କରିବା ପାଇଁ ଦମ୍ଭ ଦେଖାଇଛି। ବିଜେଡିର ବହୁ ଅସନ୍ତୁଷ୍ଟ ନେତା ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଥିବାରୁ ଫାଇଦା ନେବାକୁ ଚାହିଁ ବସିଛି ଭାଜପା। ସେହିପରି ଯେଉଁ ଓ୍ବାର୍ଡରେ କଂଗ୍ରେସ ପ୍ରାର୍ଥୀ ଦେଇନାହିଁ, ସେଠାରୁ କଂଗ୍ରେସ ଭୋଟ ପାଇବାକୁ ସବୁ ପ୍ରାର୍ଥୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି।
କଂଗ୍ରେସର ମେୟର ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ କହିଛନ୍ତି, ମେୟର ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେବ ଓ ଭୋଟର ନିଜ ଇଚ୍ଛା ଅନୁସାରେ ଭୋଟ ଦେବେ। ଯେଉଁ ୱାର୍ଡରେ ଦଳ ପ୍ରାର୍ଥୀ ଦେଇ ନାହିଁ, ଆବଶ୍ୟକ ପଡିଲେ ସେଠାରେ ଲୋକଙ୍କ ପାଇଁ କାର୍ଯ୍ୟ କରିବାକୁ ଆଗେଇ ଆସିଥିବା ସ୍ବାଧୀନ କର୍ପୋରେଟର ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ ଜଣାଇବ ବୋଲି ମଧୁସ୍ମିତା କହିଛନ୍ତି। ଏଥିରୁ ଦଳୀୟ ଭୋଟ ସହ ସ୍ବାଧୀନ ପ୍ରାର୍ଥୀଙ୍କଠାରୁ ମେୟର ଭୋଟ ପାଇବାକୁ କଂଗ୍ରେସ ଆଶା ରଖିଥିବା ସ୍ପଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri