Posted inଜାତୀୟ

ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍‌କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ ସରକାର ସୁପ୍ରିମ୍‌କୋର୍ଟରେ ଏନେଇ ନିଜର ଉତ୍ତର ରଖିଛନ୍ତି। ରାଜ୍ୟରୁ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନିର୍ବାସନ କରିବା ଲାଗି ହୋଇଥିବା ଏକ ଜନ ସ୍ବାର୍ଥ ମାମଲା ଆବେଦନର ଶୁଣାଣି ସମୟରେ କର୍ନାଟକ ସରକାର ଏଭଳି କହିଛନ୍ତି।

ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ କରାଯାଇଥିବା ଏକ ଆବେଦନରେ ରାଜ୍ୟରୁ ବାଂଲାଦେଶୀ, ରୋହିଙ୍ଗ୍ୟା ଶରଣାର୍ଥୀ, ଅନୁପ୍ରବେଶକାରୀ ଏବଂ ଅବୈଧ ପ୍ରବାସୀଙ୍କୁ ଏକ ବର୍ଷ ମଧ୍ୟରେ ନିର୍ବାସିତ କରିବାକୁ ଉଲ୍ଲେଖ କରାଯାଇଥିଲା।

ଏଭଳି ଲୋକଙ୍କୁ ଚିହ୍ନଟ କରି ପୋଲିସ ଅଟକ ରଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ ଉପରେ ଆବେଦନରେ ଦାବି କରାଯାଇଥିଲା।

ଏସମ୍ବନ୍ଧିତ ଆଇନ ଏବଂ ସାମ୍ବଧାନିକ ବ୍ୟବସ୍ଥାରେ ସଂଶୋଧନ ପାଇଁ ଆବେଦନରେ ଜୋର୍‌ ଦିଆଯାଇଥିଲା। ବେଆଇନ ଭାବେ ପ୍ରସ୍ତୁତ କରାଯାଇଥିବା ପ୍ୟାନ୍‌ କାର୍ଡ, ଆଧାର କାର୍ଡ, ଭୋଟର କାର୍ଡ ଉପରେ ଶୀଘ୍ର ପଦକ୍ଷେପ ଗ୍ରହଣ ଲାଗି ମଧ୍ୟ କୁହାଯାଇଥିଲା।

ପୂର୍ବତନ ପ୍ରଧାନ ବିଚାରପତି ଏସ୍‌.ଏ, ବୋବ୍‌ଦେ, ବିଚାରପତି ଏ.ଏସ୍‌. ବୋପନ୍ନା ଏବଂ ଭି.ରାମସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ୨୦୨୧ ମାର୍ଚ୍ଚରେ ଏନେଇ ନୋଟିସ୍‌ ଜାରି କରିଥିଲେ। ଆବେଦନରେ କୁହାଯାଇଥିଲା ଯେ, ବେଙ୍ଗାଲୁୂରୁ ସହରରେ ୭୨ ରୋହିଙ୍ଗ୍ୟାଙ୍କୁ ଚିହ୍ନଟ କରାଯାଇଥିଲା। ସେମାନେ ବିଭିନ୍ନ ସ୍ଥାନରେ କାମ କରୁଥିବା ବେଳେ ପୋଲିସ ପକ୍ଷରୁ କୌଣସି ଆଇନଗତ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଆବେଦନରେ ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri