ଟ୍ରେନ୍‌ ଚଳାଚଳରେ ପ୍ରତିବନ୍ଧକ ନାହିଁ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଥିବା ସମସ୍ତ ପ୍ରତିବନ୍ଧକକୁ ହଟାଇବାକୁ ରାଜ୍ୟ ସରକାର ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ସଚିବ ତଥା ଆଇଆର୍‌ଟିଏସ୍‌ ଅଧିକାରୀ ମନୋଜ କୁମାର ମିଶ୍ର ଶୁକ୍ରବାର ଏ ନେଇ ପୂର୍ବତଟ ରେଳପଥକୁ ଚିଠି ଲେଖିଛନ୍ତି। ପୂର୍ବରୁ କୋଭିଡ୍‌-୧୯ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଟ୍ରେନ୍‌ ଚଳାଚଳ ଉପରେ ପ୍ରତିବନ୍ଧକ ଲାଗିଥିଲା। ଗଞ୍ଜାମ ଓ ଖୋର୍ଦ୍ଧା ଭଳି କୋଭିଡ୍‌ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲାର ଷ୍ଟେଶନଗୁଡ଼ିକରେ ଟ୍ରେନ୍‌ ରହଣି ଉପରେ କଟକଣା ଲାଗିଥିଲା। ସେହିଭଳି ଲକ୍‌ଡାଉନ୍‌ ଏବଂ ଶଟ୍‌ଡାଉନ ଯୋଗୁ କେବଳ ମାଲ୍‌ବାହୀ ଟ୍ରେନ୍‌ ଚଳାଚଳକୁ ଅନୁମତି ମିଳିଥିଲା। ଏବେ ବିଭିନ୍ନ କଟକଣା ଉଠୁଥିବାବେଳେ ଦେଶ ଏବଂ ରାଜ୍ୟରେ ଅନ୍‌ ଲକ୍‌ ଘୋଷଣା କରାଯାଇଛି। ତେଣୁ ଏଭଳି ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରେନ୍‌ ଚଳାଚଳ ଉପରେ କୌଣସି ପ୍ରତିବନ୍ଧକ ନ ଥିବା ଚିଠିରେ ସ୍ପଷ୍ଟ କରାଯାଇଛି। ଓଡ଼ିଶା ମଧ୍ୟରେ ଏଣିକି ସମସ୍ତ ଷ୍ଟେଶନରେ ଟ୍ରେନ୍‌ ରହଣି କରିବା ସହ ସମସ୍ତ ଅଞ୍ଚଳକୁ ଟ୍ରେନ୍‌ ଚଳାଚଳ କରିପାରିବ ବୋଲି କୁହାଯାଇଛି। ଅନ୍ୟପକ୍ଷେ ରାଜ୍ୟ ଭିତରେ ପର୍ଯ୍ୟାୟକ୍ରମେ ଟ୍ରେନ୍‌ ଚଳାଚଳ କରିବାକୁ ପୂର୍ବତଟ ରେଳପଥକୁ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri