ରାସ୍ତା ନାହିଁ, ଗ୍ରାମରେ ପହଞ୍ଚତ୍ପାରୁନି କୌଣସି ଯୋଜନା

ଦଶମନ୍ତପୁର,୨୮ା୮ (ଅରବିନ୍ଦ ନାୟକ ): ସ୍ବାଧୀନତାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଏପରି ଅନେକ ଗ୍ରାମ ରହିଛି ଯେଉଁଠି ଗ୍ରାମବାସୀଙ୍କୁ ଏଯାଏ ମୌଳିକ ସୁବିଧା ସୁଯୋଗ ମିଳିନାହିଁ। ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସୁଫଳ ସେମାନଙ୍କ ପାଇଁ ସ୍ବପ୍ନ ପାଲଟିଛି। ଜିଲାର ଏପରି ଏକ ଗ୍ରାମ ହେଉଛି ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମ।
ବ୍ଲକରୁ ୯ କି.ମି. ଦୂରରେ ଥିବା ଲୋରେସ ଗ୍ରାମକୁ ଚାରିପଟୁ ପାହାଡ, ପର୍ବତ, ନଦୀ ଓ ଘାଟି ଘେରି ରହିଛି। ୫ କିମି ଦୂରରେ ଥିବା ମରିଚଗୁଡ଼ା ଗ୍ରାମ ନିକଟରେ ପ୍ରବାହିତ ହେଉଛି ଅନ୍ଧରୀ ଗାଡ଼ ନଦୀ। ୩୫ ପରିବାର ବସବାସ କରୁଥିବା ଆମ ଗ୍ରାମରେ ଗମନାଗମନ, ଶିକ୍ଷା, ପାନୀୟ ଜଳ ଏବଂ ବିଦ୍ୟୁତ ସମସ୍ୟା ରହିଛି ବୋଲି କହନ୍ତି ଗ୍ରାମର ଧନୁର୍ଜୟ କମାର, ରାଜୀବ ଜମ୍ବେକା, ଜୁନେଶ ସାଉଁନ୍ତା, ଲବି ସାଉଁନ୍ତା। ଗ୍ରାମକୁ ଆଜିଯାଏ ରାସ୍ତା ନ ଥିବାରୁ ଆମେ ଆମ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛୁ ବୋଲି କହିଛନ୍ତି ଏହି ଗ୍ରାମବାସୀ। ଟୋଙ୍ଗା ଚୁଆ ଓ ପାଖବେଡ଼ା ନାଳ ପାଣି ସେମାନଙ୍କ ଦୈନନ୍ଦିନ ଚଳଣି ଲାଗି ଭରସା। ରାସ୍ତା ନ ଥିବା ହେତୁ କୌଣସି ଅସୁସ୍ଥ ରୋଗୀଙ୍କୁ ଡାକ୍ତରଖାନା ନେବାକୁ ହେଲେ ଭାର କରି ମରିଚଗୁଡାଯାଏ ନେଇଥାନ୍ତି ଗ୍ରାମବାସୀ। ସେଠାରୁ ଆମ୍ବୁଲାନସ ଅବା ଅନ୍ୟ ଗାଡିରେ ଦଶମନ୍ତପୁର ଡାକ୍ତରଖାନା ନିଅନ୍ତି। ଏଯାଏ କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ରାଜନୈତିକ ଦଳର ନେତାଙ୍କ ପାଦ ଆମ ଗ୍ରାମରେ ପଡି ନ ଥିବା ଗ୍ରାମର ସନାରୀ ଜାନୀ, ଦୁଲା କୁଲିଶିକା, ଧୋବା ସାଉଁନ୍ତା, ପ୍ରତାପ ସାଉଁନ୍ତା, ରଞ୍ଜ ମିଣିଆକା, ଉଦ୍ଧବ ସାଉଁନ୍ତା, ଚନ୍ଦ୍ର ପାଇକ, କାଳିଆ ଜାନୀ, ଲୋଚ ସାଉଁନ୍ତା ପ୍ରମୁଖ କହିଛନ୍ତି। ଆଗାମୀ ନିର୍ବାଚନରେ ଆମେ ଭୋଟ ବର୍ଜନ କରିବୁ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଏସମ୍ପର୍କରେ ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ପଚାରିବାରୁ ସେ କହିଲେ, ଉକ୍ତ ଗ୍ରାମର ସମସ୍ୟା ଅନୁଧ୍ୟାନ କରି ଗ୍ରାମକୁ ରାସ୍ତା ବ୍ୟବସ୍ଥା କରିବାକୁ ଜିଲାପାଳଙ୍କୁ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri