ଘରର ଉନ୍ନତି କରୁଥିବା ବୃକ୍ଷ: ଲଗାଇବା ଅତ୍ୟନ୍ତ ଶୁଭ, ହେବ ଐଶ୍ୱର୍ଯ୍ୟ ବୃଦ୍ଧି

ବାସ୍ତୁଶାସ୍ତ୍ର ଅନୁଯାୟୀ ଏମିତି ବି କିଛି ବୃକ୍ଷଲତା ରହିଛି ଯାହାକୁ ଘର ଅଗଣାରେ ହେଉ ଅଥବା ବାଡ଼ି ବଗିଚାରେ ଲଗାଇଲେ ଘରର ଉନ୍ନତି ହେବା ସହ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି..

* ତୁଳସୀ ଗଛକୁ ପବିତ୍ରତାର ପ୍ରତୀକ ବୋଲି କୁହାଯାଇଥାଏ। ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଘରର ଉତ୍ତର ଦିଗ କିମ୍ବା ଉତ୍ତର-ପୂର୍ବ ଦିଗରେ ତୁଳସୀ ଗଛକୁ ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ।

* ସେହିପରି ଘରେ କିମ୍ବା ଘର ନିକଟରେ ନିମ୍ବ ଗଛ ରହିବା ଶୁଭସୂଚକ ହୋଇଥାଏ। କାରଣ ଏହା ପଜିଟିଭ୍‌ ଏନର୍ଜି ପ୍ରଦାନ କରିଥାଏ।

* କୁହାଯାଏ, କଦଳୀ ଗଛର ଛାଇରେ ବସି ବିଦ୍ୟାର୍ଥୀ ପାଠ ପଢ଼ିଲେ ପାଠ ଶୀଘ୍ର ମନେ ରହିଯାଏ। ଏହି ଗଛ ସ୍ମରଣ ଶକ୍ତିକୁ ବଢ଼ାଇଥାଏ। ତେଣୁ ଏହି ଗଛକୁ ଚାହିଁଲେ ଘର ଅଗଣାରେ କିମ୍ବା ବାଡିପଟେ ଲଗାଇ ଶୁଭଫଳ ପାଇପାରିବେ।

* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ କଣ୍ଟାଥିବା କୌଣସି ଗଛ ଲଗାଇବା ଉଚିତ୍‌ ନୁହେଁ। କିନ୍ତୁ ଗୋଲାପ ଗଛ ଲଗାଇହେବ। କାରଣ ଏହା ଘରର ସଦସ୍ୟଙ୍କ ଭିତରେ ସ୍ନେହ, ପ୍ରେମ, ଭଲପାଇବା ବୃଦ୍ଧି କରାଇବା ସହ ଐଶ୍ୱର୍ଯ୍ୟ ବୃଦ୍ଧି କରାଇଥାଏ।

* ସେହିପରି ଧଳା ଅପରାଜିତା ଫୁଲ ଗଛ ଘରେ ଲଗାଇଲେ ଘରେ ଧନବୃଦ୍ଧି ହୁଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକାନ୍ତି ଏହି ୩ ରାଶିର ଯୁବତୀ

ଯେତେବେଳେ ବିବାହ କଥା ଉଠେ, ସମସ୍ତେ ଉତ୍ତମ ବୁଝାବଣା ଥିବା ଜୀବନସାଥୀଟିଏ ଖୋଜିଥାନ୍ତି। କୁହାଯାଏ ବିବାହ ପରେ ସ୍ବାମୀ ସହ ସ୍ତ୍ରୀର ଭାଗ୍ୟ ଯୋଡ଼ି ହୋଇଯାଏ।...

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟବାନ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଶ୍ରାବଣରେ ମହାଦେବଙ୍କ ଶୁଭଦୃଷ୍ଟି ପାଇବାକୁ ଚାହାନ୍ତି କି, କରନ୍ତୁ ଏପରି…

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି। ବିଶ୍ୱାସ ରହିଛି ଯଦି ଭଗବାନ ଶିବ ଏହି ମାସରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଭକ୍ତର ପ୍ରତ୍ୟେକ ଇଚ୍ଛା ପୂରଣ...

ଝାଡାବାନ୍ତି ହେଉଥିଲେ…କେମିତି ନେବେ ଯତ୍ନ

ସାଧାରଣତଃ ବର୍ଷାଦିନେ ଥଣ୍ଡା, କାଶ, ଜ୍ୱର, ମ୍ୟାଲେରିଆ, ଡେଙ୍ଗୁ ଆଦି ସ୍ବାସ୍ଥ୍ୟ ସମସ୍ୟା ଅଧିକ ପରିମାଣରେ ଦେଖିବାକୁ ମିଳିଥାଏ। ଏହି ଋତୁରେ ଅନ୍ୟ ଏକ ସମସ୍ୟା...

ସନ୍ତୁଳିତ ଓଜନ ଲାଗି…ଆପଣାନ୍ତୁ ଏହି ଟିପ୍ସ

ଆଜିକାଲି ଓଜନ ବୃଦ୍ଧି ବା ଓବେସିଟି ଏକ ସାଧାରଣ କଥା ପାଲଟି ଗଲାଣି। ଖାଦ୍ୟପେୟ, ନିୟମିତ ବ୍ୟାୟାମ ନ କରିବା, ଅସନ୍ତୁଳିତ ଜୀବନଶୈଳୀ ଏହାର କେତୋଟି...

ଖାଆନ୍ତୁ ଡାଳିମ୍ବ: ଦୂର ହେବ ଏସବୁ ରୋଗ

ଡାଳିମ୍ବରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଭରି ରହିଛି। ଜାଣନ୍ତୁ ସେ ସମ୍ପର୍କରେ… ଭିଟାମିନ୍‌ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ଡାଳିମ୍ବ। ଏଥିରେ ଥିବା...

ଲାଞ୍ଜ ହଜିବା ରହସ୍ୟ

”ଜାପାନସ୍ଥିତ କେଇଓ ବିଶ୍ୱବିଦ୍ୟାଳୟର କିଛି ଜୈବ ଇଞ୍ଜିନିୟର ମଣିଷଠାରେ ଲଗାଇବା ପାଇଁ କୃତ୍ରିମ ଲାଞ୍ଜ ତିଆରି କରିଛନ୍ତି। ଏହାର ନାମ ରଖାଯାଇଛି ‘ଆରକ୍ୟୁ’। ଭଲ କରି...

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri