ଏବେ ବି ୪.୭୨ ଲକ୍ଷ ଜଳବନ୍ଦୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଦୁର୍ବଳ ହୋଇ ଝାଡ଼ଖଣ୍ଡ ଏବଂ ଛତିଶଗଡ଼କୁ ଚାଲିଯାଇଛି। ଫଳରେ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସପାଇଛି। ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲାର ଭୋଗରାଇରେ ୨୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କନ୍ଧମାଳର ଫିରିଙ୍ଗିଆରେ ୨୧୧, ଟିକାବାଲିରେ ୧୯୬, ଚକାପାଦରେ ୧୮୬, ସମ୍ବଲପୁରରେ ୧୮୫.୨, ମୟୂରଭଞ୍ଜର କୁସୁମିରେ ୧୭୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବଂଶଧାରା ନଦୀର ଜଳ ପତ୍ତନ ବୃଦ୍ଧିପାଉଛି। ଫଳରେ ବନ୍ୟା ଆଶଙ୍କା ଦେଖାଦେଇଛି। ଶନିବାର ରାତି ୮ଟାରେ ଝାଡ଼ଖଣ୍ଡର ଗାଲୁଡିହରେ ୧୪ଟି ଗେଟ୍‌ ଖୋଲାଯିବା ଯୋଗୁ ସୁବର୍ଣ୍ଣରେଖା ନଦୀରେ ବଡ଼ଧରଣର ବନ୍ୟା ଆଶଙ୍କା ଉପୁଜିଛି। ଏନେଇ ସତର୍କ ରହିବାକୁ ମୟୂରଭଞ୍ଜ, ବାଲେଶ୍ୱର ଜିଲାପାଳଙ୍କୁ କୁହାଯାଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି ଜେନା କହିଛନ୍ତି ଯେ, ଲଘୁଚାପ ଅବପାତରେ ପରିଣତ ହୋଇ ଓଡ଼ିଶା ଅତିକ୍ରମ କରିସାରିଛି। ଏବେ ହୀରାକୁଦରେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଆବଶ୍ୟକ ସ୍ଥଳେ ଉକ୍ତ ୪ଟି ଗେଟ୍‌କୁ ମଧ୍ୟ ବନ୍ଦ କରି ଦିଆଯାଇପାରେ। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୬ ହଜାର ୧୮୬ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୧ ଲକ୍ଷ ୨ ହଜାର ୬୮୫ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ମହାନଦୀର ଖଇରମାଳଠାରେ ୫ ଲକ୍ଷ ୯୦ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ବଡ଼ମୂଳଠାରେ ୭ ଲକ୍ଷ ୬୭ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ସେହିପରି ମୁଣ୍ଡଳିଠାରେ ୮ ଲକ୍ଷ ୩୫ ହଜାର ୬୭୨ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ମୁଣ୍ଡଳୀ ସମେତ ସବୁ ସ୍ଥାନରେ ଜଳସ୍ତର କ୍ରମଶଃ ହ୍ରାସପାଉଛି ବୋଲି ଏସ୍‌ଆରସି କହିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ବନ୍ୟା ଦ୍ୱାରା ୧୩ ଜିଲାର ୭୩ ବ୍ଲକ୍‌ ୬୦୭ ପଞ୍ଚାୟତର ୨୨୩୨ ଗ୍ରାମ ପ୍ରଭାବିତ ହୋଇଛି। ୭୬୩ ଗ୍ରାମ ପାଣିଘେରରେ ରହିଥିବା ବେଳେ ୪ ଲକ୍ଷ ୭୨ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୭ ଲକ୍ଷ ୧୩ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ଏହି ସବୁ ଅଞ୍ଚଳର ୨୪୮ ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୪ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ବନ୍ୟାରେ ୧୮୬୬ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ଲଗାଣ ବର୍ଷାରେ ୩୯୧୬ ଘର ଭାଙ୍ଗିଯାଇଛି। ସେହିପରି ଲଗାଣ ବର୍ଷାରେ ୮ ଜିଲାର ୫୨ ବ୍ଲକ ୨୬୩ ପଞ୍ଚାୟତ ଅଧୀନ ୫୨୪ ଗ୍ରାମର ୨୬,୯୮୨ ଲୋକ ପ୍ରଭାବିତ ହୋଇଛନ୍ତି। ଏହି ଅଞ୍ଚଳରେ ୧୪ ରିଲିଫ୍‌ କେନ୍ଦ୍ରରେ ୨ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି।
ଲଘୁଚାପଜନିତ ବର୍ଷାରେ ରାଜ୍ୟରେ ହାରାହାରି ୪୨.୬ ମିଲିମିଟର ବର୍ଷା ହୋଇଥିବାବେଳେ କନ୍ଧମାଳରେ ସର୍ବାଧିକ ୧୩୫.୫ ମି.ମି., ମୟୂରଭଞ୍ଜରେ ୧୨୫.୨ ମି.ମି., ବୌଦ୍ଧରେ ୯୮.୮ ମି.ମି., ବାଲେଶ୍ୱରରେ ୯୭.୧ ମି.ମି., କଳାହାଣ୍ଡିରେ ସର୍ବାଧିକ ୯୨.୬ ମି.ମି. ବର୍ଷା ହୋଇଛି।
ବନ୍ୟା ପ୍ରଭାବିତ ଅଞ୍ଚଳରେ ୩ ଲକ୍ଷ ୮୭ ହଜାର ବିଦ୍ୟୁତ୍‌ ଉପଭୋକ୍ତା କ୍ଷତିଗ୍ରସ୍ତ ହୋଇଛି। ସେଥିମଧ୍ୟରୁ ୩ ଲକ୍ଷ ୬୪ ହଜାର ଲୋକଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୧୬୩ ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲା ଯାଇଥିବାବେଳେ ୧୧୫ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଚିକିତ୍ସା ଟିମ୍‌ ମୁତୟନ ହୋଇଛନ୍ତି। ୪୨ ହଜାର ଓଆରଏସ୍‌ ପ୍ୟାକେଟ୍‌, ୧ ଲକ୍ଷ ୭୭ ହଜାର ହାଲୋଜିନ୍‌ ବଟିକା ବଣ୍ଟାଯାଇଛି। ଏହି ସମୟ ମଧ୍ୟରେ ୬୭୦୦ ସାଧାରଣ ରୋଗର ଚିକିତ୍ସା କରାଯାଇଥିବାବେଳେ ୧୨ ସାପ କାମୁଡ଼ା ଘଟଣାର ଚିକିତ୍ସା କରାଯାଇଛି। ଗୋସମ୍ପଦର ସୁରକ୍ଷା ପାଇଁ ବନ୍ୟାଞ୍ଚଳରେ ୧୯୩ ଭେଟେରିନାରି ଟିମ୍‌ ନିୟୋଜିତ ହୋଇଛନ୍ତି। ୪୦୭ କ୍ୟାମ୍ପ ଆୟୋଜିତ ହୋଇଥିବାବେଳେ ୧୮ ହଜାରରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି। ୧୦ ଜିଲାକୁ ୬୧୩.୯୮୩ ମେଟ୍ରିକ ଟନ୍‌ ଗୋଖାଦ୍ୟ ଯୋଗାଇ ଦିଆଯାଇଛି। ବନ୍ୟାଞ୍ଚଳରେ ୧୬୦ ପାଇପ୍‌ ଜଳ ଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବାବେଳେ ୯ ପାଇପ୍‌ ଲାଇନ୍‌କୁ ସ୍ବାଭାବିକ କରାଯାଇଛି। ୬୧୮ ନଳକୂପକୁ ବିଶୋଧନ କରାଯାଇଛି। ୧ ଲକ୍ଷ ୫୦ ହଜାର ପାଣି ବୋତଲ, ୭ ଲକ୍ଷ ୫୦ ହଜାର ପାଣି ପାଉଚ୍‌ ବଣ୍ଟାଯାଇଛି। ୧୫୩ ଭ୍ରାମ୍ୟମାଣ ଜଳ ଯୋଗାଣ ଟ୍ୟାଙ୍କର ନିୟୋଜିତ କରାଯାଇଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?