ରାଜ୍ୟରେ ହଜାରେ ଉପରେ ଡେଙ୍ଗୁ ଆକ୍ରାନ୍ତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ଭୟ ଯାଇ ନ ଥିବାବେଳେ ଡରାଇଲାଣି ଡେଙ୍ଗୁ। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ହଜାରେ ଡେଙ୍ଗୁ କେସ୍‌ ରହିଥିବା ଶନିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଥିମଧ୍ୟରୁ କେବଳ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ୭୧୪ କେସ୍‌ ରହିଛି। ପ୍ରତିଦିନ ଡେଙ୍ଗୁ କେସ୍‌ ସାମ୍ନାକୁ ଆସୁଛି। ତେବେ ଡେଙ୍ଗୁ ଭାଇରସ୍‌ ଏଲିସା ପଦ୍ଧତିରେ ଟେଷ୍ଟ ହେବା କଥା। କିନ୍ତୁ ଘରୋଇ ହସ୍ପିଟାଲଗୁଡ଼ିକ କେହି ବି ଏଲିସାରେ ଟେଷ୍ଟ କରୁନାହାନ୍ତି। କେବଳ କାର୍ଡ ଟେଷ୍ଟ କରୁଛନ୍ତି। ଫଳରେ ଫଲ୍‌ସ ପଜିଟିଭ କେସ୍‌ ଅଧିକ ଆସୁଛି। ତେଣୁ ଯଦି ପଜିଟିଭ ପାଉଛନ୍ତି ତେବେ ତୁରନ୍ତ ରକ୍ତ ନମୁନା କ୍ୟାପିଟାଲ ହସ୍ପିଟାଲ ଅବା ଆର୍‌ଏମ୍‌ଆର୍‌ସିକୁ ପଠାଇବାକୁ ସମସ୍ତ ଲାବୋରେଟୋରିକୁ ସେ ନିବେଦନ କରିଛନ୍ତି। ସେ ଆହୁରି କହିଛନ୍ତି, ଡେଙ୍ଗୁ ଟେଷ୍ଟ ପାଇଁ ସମସ୍ତ ସହରାଞ୍ଚଳ ପିଏଚ୍‌ସି, ସିଏଚ୍‌ସିରେ ବ୍ୟବସ୍ଥା ହୋଇଛି। ତେଣୁ ଲୋକମାନେ ସେଠାକୁ ଯାଇ ପରୀକ୍ଷା କରାଇପାରିବେ।

ସୂଚନାନୁଯାୟୀ, ପ୍ରଥମେ ଭୁବନେଶ୍ୱରରୁ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ। ବିଶେଷକରି ଶୈଳଶ୍ରୀବିହାର ଓ ନୀଳାଦ୍ରିବିହାରରେ ସ୍ଥିତି ଜଟିଳ ରହିଥିବାବେଳେ ସହରର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ଡେଙ୍ଗୁ ପ୍ରକୋପକୁ ରୋକିବା ପାଇଁ ବିଏମ୍‌ସି ବହୁ ବିଳମ୍ବରେ ସଫେଇ ଓ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିଛି। ବିଏମ୍‌ସି ପକ୍ଷରୁ ଡେଙ୍ଗୁ ଜ୍ୱର ପାଇଁ ଏକାଧିକ ସତର୍କ ସୂଚନା ଜାରି କରାଯାଇଛି। ଜ୍ୱର ସହ ମୁଣ୍ଡ, ହାତ ବିନ୍ଧା, ଦେହରେ ଲାଲ ଦାଗ, ବାନ୍ତି ଓ ମୁଣ୍ଡ ବିନ୍ଧା ହେଉଛି ଡେଙ୍ଗୁର ଲକ୍ଷଣ। ତେଣୁ ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି। ଘରେ ମଧ୍ୟ ସଫେଇ ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri