ମିନି ଷ୍ଟାଡିୟମ କାମ ଆଗଉନି, ସାଧାରଣରେ ଅସନ୍ତୋଷ

କୋଣାର୍କ, ୧୮।୪ (ଡି.ଏନ୍‌.ଏ): କୋଣାର୍କ ଏନ୍‌ଏସି ଅଧୀନ ଭଗବତୀ ମହାବିଦ୍ୟାଳୟ ପରିସରରେ ମିନି ଷ୍ଟାଡିୟମ ନିିର୍ମାଣରେ ଅହେତୁକ ବିଳମ୍ବ ଘଟୁଛି। ଏଥିଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହ ନାନା ପ୍ରଶ୍ନ ସୃଷ୍ଟି ହୋଇଛି। ଛାତ୍ରୀଛାତ୍ରମାନେ ଖେଳାଖେଳି କରିବା ପାଇଁ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀଙ୍କ ସମୟରେ ଭଗବତୀ ମହାବିଦ୍ୟାଳୟ ପରିସରରେ ମିନି ଷ୍ଟାଡିୟମ ନିର୍ମାଣ ଲାଗି କ୍ରୀଡ଼ା ବିଭାଗ ପକ୍ଷରୁ ଅନୁଦାନ ମଞ୍ଜୁର ହୋଇଥିଲା। ପୁରୀ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୨୦ ଲକ୍ଷ ଟଙ୍କା କୋଣାର୍କ ଏନ୍‌ଏସିକୁ ପ୍ରଦାନ କରାଯାଇଥିଲା। ଏନ୍‌ଏସି ପକ୍ଷରୁ ଟେଣ୍ଡର କରାଯାଇ ଠିକାଦାର ଚୟନ ପରେ ୨୦୨୦ ମସିହାରୁ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏପର୍ଯ୍ୟନ୍ତ କେବଳ ପାଚେରି ନିର୍ମାଣ ହୋଇଥିବାବେଳେ ପଡ଼ିିଆରେ କାଭାଁ ମାଟି ବିଛାଯାଇଛି। ଏନ୍‌ଏସି କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ସାଙ୍ଗକୁ ସମ୍ପୃକ୍ତ ଠିକାଦାରଙ୍କ ବେପରୁଆ କାର୍ଯ୍ୟଶୈଳୀ ଯୋଗୁ ମିନି ଷ୍ଟାଡିୟମ କାର୍ଯ୍ୟ ଆଗେଇ ପାରୁ ନ ଥିବା ଅଞ୍ଚଳବାସୀ କହିଛନ୍ତି। ଏକବର୍ଷ ମଧ୍ୟରେ ଅନୁଦାନ ଖର୍ଚ୍ଚ ନ ହୋଇପାରିବା ଏନ୍‌ଏସି କର୍ତ୍ତୃପକ୍ଷଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆଯିବାକୁ ଭଗବତୀ ମହାବିଦ୍ୟାଳୟ ପୁରାତନ ଛାତ୍ର ସଙ୍ଗଠନ ଦାବି କରିଛି। ଏ ସମ୍ପର୍କରେ ଏନ୍‌ଏସି ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସ କହିଛନ୍ତି, ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଜୋରଦାର କରିବା ପାଇଁ ଠିକାଦାରଙ୍କୁ ତାଗିଦ କରାଯାଇଛି। ଖୁବଶୀଘ୍ର ମଞ୍ଜୁର ଅର୍ଥର ସୁବିନିଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?