ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି। ସରକାର ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ସରକାରକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ହୋଇଥିବା ଲାଗୁଛି। ତଦନ୍ତ ପାଇଁ କମିଟି ଗଠନ ହୋଇଛି, ୭ ଦିନ ଭିତରେ ରିପୋର୍ଟ ଆସିବ। ଷଡ଼ଯନ୍ତ୍ର ଥିଲେ ରିପୋର୍ଟ ଆଧାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।
ସୂଚନାଯୋଗ୍ୟ, ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ବୀକାର କରିବା ସହ ଏହା ମୁଦ୍ରଣ ଜନିତ ତ୍ରୁଟି ବୋଲି କହିଛନ୍ତି। ନୂତନ ପାଠ୍ୟପୁସ୍ତକର କେଉଁ ବହିରେ ବନାନ ଭୁଲ ତ ପୁଣି କେଉଁଥିରେ ନାମ ଭୁଲ ରହିଛି। ସ୍ଥାନର ଚିତ୍ର ଓ ମହାପୁରୁଷଙ୍କ ନାମ ମଧ୍ୟ ଭୁଲ ଲେଖାହୋଇଛି। ଓଡ଼ିଶାର ବିଧାନସଭା ଲେଖା ହୋଇଥିବାବେଳେ ସେଠାରେ କର୍ନାଟକ ବିଧାନସଭା ଚିତ୍ରକୁ ବହିରେ ଛପାଯାଇଛି। ଭୂଗୋଳ ବହିରେ ଓଡ଼ିଶାର ନିୟମଗିରିକୁ ଝାଡ଼ଖଣ୍ଡର ବୋଲି ଦର୍ଶାଯାଇଛି। ଗଞ୍ଜାମ ଜିଲାକୁ ବ୍ରହ୍ମପୁର ଜିଲା ବୋଲି ଲେଖାଯାଇଛି। ସେହିପରି ଡଙ୍ଗରିଆ ଜନଜାତିକୁ ଡୋଙ୍ଗରିଆ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକରେ ଏଭଳି ମୋଟ ୧୬୭୮ଟି ଭୁଲ ରହିଥିବା ବେଳେ କେବଳ ଅଷ୍ଟମ ବହିରେ ସର୍ବାଧିକ ୭୦୫ଟି ଭୁଲ ରହିଛି। ଛାତ୍ରୀଛାତ୍ରମାନେ ସରକାରୀ ବହିରୁ କେଉଁ ଶିକ୍ଷା ପାଇବେ ବୋଲି ଅଭିଭାବକ ଓ ଶିକ୍ଷାବିତ୍ମାନେ ପ୍ରଶ୍ନ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଏସବୁ ତ୍ରୁଟି ସମ୍ପର୍କରେ ସରକାର ଅବଗତ ଅଛନ୍ତି। ଏହାକୁ ସଂଶୋଧନ କରାଯିବ। ସେପର୍ଯ୍ୟନ୍ତ ଶିକ୍ଷକମାନେ ଭୁଲ୍ଗୁଡିକୁ ସଂଶୋଧନ କରି ପିଲାଙ୍କୁ ପଢାଇବାକୁ କୁହାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?