ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ଚାଲିଛି ବଡ଼ ଯୋଜନା

କାଠମାଣ୍ଡୁ,୩ା୭(ପି.ଟି.) : ନେପାଳ ପ୍ରଧାନମନ୍ତ୍ରୀ ପଦରୁ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କୁ ହଟାଇବା ପାଇଁ ଦୁଇ ବୃହତ୍‌ ଦଳ ନେପାଳୀ କଂଗ୍ରେସ ଏବଂ ସିପିଏନ୍‌-ୟୁଏମ୍‌ଏଲ୍‌ ମଧ୍ୟରେ ସୋମବାର ରାତିଅଧିଆ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଉକ୍ତ ଡିଲ୍‌ ଅନୁଯାୟୀ ମେଣ୍ଟ ସରକାର ବଦଳରେ ନୂଆ ଜାତୀୟ ସହମତି ସରକାର ଗଠନ କରାଯିବ।

ଅନ୍ୟପକ୍ଷରେ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମଙ୍ଗଳବାର ମନା କରିଦେଇଛନ୍ତି। ନୂଆ ମେଣ୍ଟ ଗଠନ ଲାଗି ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ନେପାଳ ୟୁନିଫାଏଡ୍‌ ମାର୍କ୍ସିଷ୍ଟ ଲେନିନିଷ୍ଟ (ସିପିଏନ୍‌-ୟୁଏମ୍‌ଏଲ୍‌) ଅଧ୍ୟକ୍ଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ମଧ୍ୟରେ ବୁଝାମଣା ହୋଇଛି। ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ନାରାୟଣ ପ୍ରକାଶ ସାଉଦ ଏହି ସୂଚନା ଦେଇଛନ୍ତି। ଉକ୍ତ ବୁଝାମଣା ଅନୁଯାୟୀ ୭୮ ବର୍ଷୀୟ ଦେଉବା ଏବଂ ୭୨ ବର୍ଷୀୟ ଓଲି ପାର୍ଲାମେଣ୍ଟର ଅବଶିଷ୍ଟ କାର୍ଯ୍ୟକାଳ ପାଇଁ ପାଳି କରି ପ୍ରଧାନମନ୍ତ୍ରୀ ହେବେ।

ନେପାଳ ପ୍ରତିନିଧି ସଭାରେ ନେପାଳୀ କଂଗ୍ରେସର ୮୯ ସଦସ୍ୟ ରହିଥିବାବେଳ ସିପିଏନ୍‌-ୟୁଏମ୍‌ଏଲ୍‌ର ୭୮ ସଦସ୍ୟ ରହିଛନ୍ତି। ଏହି ଦୁଇ ଦଳର ମୋଟ ସଦସ୍ୟ ସଂଖ୍ୟା ୧୬୭, ଯାହାକି ୨୭୫ ଆସନ ବିଶିଷ୍ଟ ପ୍ରତିନିଧି ସଭାରେ ସଂଖ୍ୟାଗରିଷ୍ଠତା ହାସଲ ପାଇଁ ଯଥେଷ୍ଟ। ଦୁଇ ଦଳ ମଧ୍ୟରେ ନୂଆ ମେଣ୍ଟ ଗଠନ ନେଇ ଶନିବାର ରାତିରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ପରେ ସିପିଏନ୍‌-ୟୁଏମ୍‌ଏଲ୍‌ ପ୍ରଚଣ୍ଡଙ୍କ ନେତୃତ୍ୱାଧୀନ ସରକାରରୁ ସମର୍ଥନ ପ୍ରତ୍ୟାହାର କରିଥିଲା। ଅନ୍ୟପକ୍ଷରେ ପ୍ରଚଣ୍ଡ ଇସ୍ତଫା ଦେବା ପରିବର୍ତ୍ତେ ପାର୍ଲାମେଣ୍ଟରେ ଆସ୍ଥାଭୋଟର ସମ୍ମୁଖୀନ ହେବାକୁ ଚାହାନ୍ତି ବୋଲି ତାଙ୍କ ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri