କୋଠା ଅଛି, ପାହାଚ ନାହିଁ

ସୋନପୁର,୯।୭(ମୃତ୍ୟୁଞ୍ଜୟ ଶତପଥୀ)ରାଜ୍ୟ ସରକାର ୫-ଟିରେ ହାଇସ୍କୁଲକୁ ସାମିଲ କରି ଏହାର ରୁପାନ୍ତରଣ କରୁଛନ୍ତି। ସେହି କ୍ରମରେ ଦ୍ୱିତୀୟ ପର୍ଯ୍ୟାୟରେ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ଶଙ୍କରାସ୍ଥିତ ବ୍ରଜ ବିହାରୀ ହାଇସ୍କୁଲ ରୂପାନ୍ତରିତ ହୋଇଛି। ୧ ବର୍ଷ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରି ସାରିଛନ୍ତି। ଏହିସବୁ ବିଦ୍ୟାଳୟରେ ସ୍ମାର୍ଟ ଶ୍ରେଣୀଗୃହ, କମ୍ପ୍ୟୁଟର, ଲାଇବ୍ରେରୀ, ବିଜ୍ଞାନ ଲାବ୍ରୋଟୋରୀର ବ୍ୟବସ୍ଥା ହୋଇଛି। ସଜେଇ ହୋଇଛି ବିଦ୍ୟାଳୟ, କିନ୍ତୁ ଶିକ୍ଷା ବ୍ୟବସ୍ଥା ସୁଧୁରି ପାରିନି। ପ୍ରଥମରୁ ଦଶମ ଶ୍ରେଣୀର ପ୍ରାୟ ୪୨୨ ଜଣ ଛାତ୍ରୀଛାତ୍ର ଏଠାରେ ପାଠ ପଢୁଛନ୍ତି। କିନ୍ତୁ ବାଳକ ଶୌଚାଳୟର କାମ ଏଯାଏ ସରିନି। ବିଦ୍ୟାଳୟରେ ପ୍ରଥମ ସୋପାନ କୋଠା ନିର୍ମାଣ ହୋଇଛି। ଏଥିରେ ୩ଟି ଶ୍ରେଣୀଗୃହ ରହିଛି। କିନ୍ତୁ କୋଠାକୁ ପାହାଚ ନାହିଁ। ଫଳରେ ଏହା ବ୍ୟବହାର ଉପଯୋଗୀ ହୋଇପାରୁନି। ସେହିପରି ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ସମେତ ସଂସ୍କୃତ ଶିକ୍ଷକ, ୨ ଜଣ କଳା ଶିକ୍ଷକ, କ୍ରୀଡା ଶିକ୍ଷକ ପଦବୀ ଖାଲି ପଡିଛି। ୩ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ମାତ୍ର ୨ ଜଣ ଶିକ୍ଷକ ପାଠ ପଢାଉଛନ୍ତି। ଏଭଳି ସ୍ଥିତିରେ ଗ୍ରାମାଞ୍ଚଳର ଛାତ୍ରୀଛାତ୍ର କିଭଳି ପାଠ ପଢିବେ ଓ ସ୍ମାର୍ଟ ହେବେ ସେନେଇ ଅଭିଭାବକ ଚିନ୍ତାରେ ଅଛନ୍ତି। ଗୁରୁବାର ଦିଶା ବୈଠକରେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ ଏହି ପ୍ରସଙ୍ଗ ଉଠାଇ ତ୍ୱରିତ ପଦକ୍ଷେପ ନେବାକୁ କହିଥିଲେ। ବିଦ୍ୟାଳୟର ଅସମ୍ପୂର୍ଣ୍ଣ କାମ ଶୀଘ୍ର ସମ୍ପୂର୍ଣ୍ଣ କରିବା ସହ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ଶଙ୍କରା ଗ୍ରାମବାସୀ ଓ ଅଭିଭାବକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri