Posted inଜାତୀୟ

ଗେହଲଟଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇଛି, କହିଲେ ଶାନ୍ତି କୁମାର…

ଜୟପୁର, ୨୭।୯ : ରାଜସ୍ଥାନରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଚାଲିଥିବା ଛକାପଞ୍ଛା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଅଶୋକ ଗେହଲଟଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସଚିନ ପାଇଲଟଙ୍କ ନାମ ଆସିବା ମାତ୍ରେ ଗେହଲଟଙ୍କ ସମର୍ଥକ ବିଧାୟକମାନେ ବିଦ୍ରୋହୀ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ବାର୍ତ୍ତା ନେଇ ଜୟପୁର ଯାଇଥିବା ପର୍ଯ୍ୟବେକ୍ଷକ ଅଜୟ ମାକନ ଏଭଳି କାର୍ଯ୍ୟକୁ ଅନୁଶାସନହୀନ ବୋଲି କହିଛନ୍ତି।

ଏଥି ସହିତ, ଗେହଲଟଙ୍କ ଶିବିରର ନେତାମାନେ ପାଇଲଟ ମୁଖ୍ୟମନ୍ତ୍ରୀ ହେବାରେ ଏକ ବଡ଼ ପ୍ରତିବନ୍ଧକ ପାଲଟିଛନ୍ତି। ବିଦ୍ରୋହୀ ନେତା କଂଗ୍ରେସ ହାଇକମାଣ୍ଡଙ୍କ ଦ୍ୱାରା ଜୟପୁରକୁ ପଠାଯାଇଥିବା ପର୍ଯ୍ୟବେକ୍ଷକ ମାକନ ଏବଂ ମଲ୍ଲିକା ଅର୍ଜୁନ ଖାର୍ଗେଙ୍କୁ ମଧ୍ୟ ସିଧାସଳଖ ଆହ୍ବାନ ଦେଉଛନ୍ତି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଶାନ୍ତି କୁମାର ଧାରିୱାଲ ମାକେନଙ୍କୁ ଏହି ଘଟଣା ପାଇଁ ଦାୟୀ କରିଛନ୍ତି।

ପାର୍ଟି ହାଇ କମାଣ୍ଡକୁ ଚ୍ୟାଲେଞ୍ଜ କରୁଥିବା ଲୋକଙ୍କ ମଧ୍ୟରେ ଶାନ୍ତି କୁମାରଙ୍କ ମଧ୍ୟ ରହିଛି। ଧାରିୱାଲଙ୍କୁ କଂଗ୍ରେସର ବରିଷ୍ଠ ନେତା ତଥା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମର୍ଥକ ଭାବରେ ବିବେଚନା କରାଯାଏ। ଗେହଲଟଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇଛି ବୋଲି ଶାକ୍ତି କୁମାର ଅଭିଯୋଗ କରିଛନ୍ତିି। ଏକ ସାକ୍ଷାତକାରରେ ସେ ଏଭଳି କହିଛନ୍ତି।
ସମସ୍ତ ବିଧାୟକ ଏନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମସ୍ତେ ଚାହୁଁଥିଲେ ଯେ ଯଦି କେହି ମୁଖ୍ୟମନ୍ତ୍ରୀ ହେବେ ତେବେ ୧୦୨ ଜଣ ବିଧାୟକଙ୍କ ମଧ୍ୟରୁ କାହାକୁ କରାଯାଉ। ବିଧାୟକଙ୍କ ମଧ୍ୟରୁ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଯାହାକୁ କହିବେ ସେ ହେବେ। କୌଣସି ନେତା ସୋନିଆଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିପାରିବେ ନାହିଁ। କିନ୍ତୁ ପ୍ରତାରକଙ୍କୁ ପୁରସ୍କାର ମିଳୁ ତାହା ରାଜସ୍ଥାନର ବିଧାୟକମାନେ କଦାପି ଗ୍ରହଣ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri