Posted inଜାତୀୟ

ମୋଦିଙ୍କୁ ବଦନାମ କରିବା ପାଇଁ ଚାଲିଛି ଷଡଯନ୍ତ୍ର: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବଦନାମ କରିବା ପାଇଁ ଆମେରିକାର ବିଲିୟନେୟାର ଜର୍ଜ ସୋରୋସ ଭାରତରେ ରାଜନୈତିକ ଦଳଗୁଡିକୁ ଆର୍ଥିକ ସହାୟତା ଦେଇ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ସରକାରକୁ ଅସ୍ଥିର କରିବାକୁ ଚାହୁଁଛନ୍ତି। ଆଜି ନାଗରିକ ଭାବରେ ମୁଁ ଦେଶର ଲୋକଙ୍କୁ ଆହ୍ବାନ କରିବାକୁ ଚାହୁଁଛି ଯେ, ଜର୍ଜ ସୋରୋସ ନାମକ ଜଣେ ବିଦେଶୀ ଶକ୍ତି ଭାରତର ଗଣତାନ୍ତ୍ରିକ ଢାଞ୍ଚାରେ କ୍ଷତି ପହଞ୍ଚାଇବେ ବୋଲି ଘୋଷଣା କରିଛନ୍ତି।
ସ୍ମୃତି ଆହୁରି ମଧ୍ୟ କହିଛନ୍ତି, ସୋରୋସ ଘୋଷଣା କରିଛନ୍ତି ସେ ମୋଦିଙ୍କୁ ତାଙ୍କ ଟାର୍ଗେଟ୍‌ର ମୁଖ୍ୟ ବିନ୍ଦୁ କରିବେ। ବିଦେଶୀ ଶକ୍ତି ମାଧ୍ୟମରେ ଭାରତରେ ସେ ଏପରି ଏକ ବ୍ୟବସ୍ଥା ସୃଷ୍ଟି କରିବେ ଯାହା କେବଳ ଭାରତ ପାଇଁ ନୁହେଁ ବରଂ ତାଙ୍କ ଲାଭ ପାଇଁ ମଧ୍ୟ କାମ କରିବ। ପ୍ରତ୍ୟେକ ଭାରତୀୟ ଏକଜୁଟ ହୋଇ ଜର୍ଜ ସୋରୋସଙ୍କୁ ଜବାବ ଦେବା ଉଚିତ୍‌। ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାର ଏଭଳି ଶକ୍ତି ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ଭବିଷ୍ୟତରେ ଆମେ ଏହାକୁ ପରାସ୍ତ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri