ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସପି ସାଗରିକା ନାଥ ଓ ଜିଲ୍ଲାପାଳ ଆଶିଷ ଠାକରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିବା ପରେ କର୍ଫ୍ୟୁ ଜାରି କରାଯାଇଛି।

ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ଓଟି ରୋଡ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ କଟକଣା ଯୋଗୁଁ ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ ରହିବା ସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ କରିଛି ପୋଲିସ ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି । ସହର ସାରା ପୁଲିସ ପଇଁତରା ମାରୁଛି । ତେବେ ଆମ ଦୈନନ୍ଦିନ ଜୀବନରେ ଇଣ୍ଟରନେଟ୍‌ ଜରୁରୀ ହୋଇପଡିଥିବାବେଳେ ଏହି କର୍ଫ୍ୟୁ ସମୟରେ କାହିଁକି ଇଣ୍ଟରନେଟ୍‌ ବନ୍ଦ ହୋଇଛି?

ଉତ୍ତେଜନାବେଳେ ଗୁଜବ ପ୍ରଚାର ହେବାର ଆଶଙ୍କାଥିବାରୁ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଏ। ସୋସିଆଲ ମିଡିଆ ଯଥା ଫେସବୁକ୍‌, ଏକ୍ସ ଇତ୍ୟାଦି ଉପରେ ନିୟନ୍ତ୍ରଣ ରହିବା ସମ୍ଭବ ହୁଏନାହିଁ। ଉତ୍ତେଜନାମୂଳକ ଲେଖା, ଫଟୋ ଓ ଭିଡିଓ ପୋଷ୍ଟ ହେବାର ଆଶଙ୍କା ରହିଥାଏ। ଫେକ୍‌ ଭିଡିଓ ଓ ଫଟୋ ପ୍ରସାରଣର ଭୟ ରହିଥାଏ। ସେହିପରି ଉଦ୍ଦେଶ୍ୟମୂଳକ ଭାବେ ମିଛ ଖବର ପ୍ରଚାର ଭୟ ଥାଏ। ତେବେ ଯେଉଁଠି ଏପରି ଉତ୍ତେଜନାମୂଳକ କିମ୍ବା ଦଙ୍ଗା ସ୍ଥିତି ଦେଖାଯାଏ ସେଠାରେ ପ୍ରାଥମିକ ଭାବରେ ଇଣ୍ଟରନେଟ ସେବା ବନ୍ଦ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri