ସପ୍ତମ ବେତନ କମିଶନ ଦରମାରେ ପାତରଅନ୍ତର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବହୁ ବିଳମ୍ବରେ ରାଜ୍ୟ ସରକାର ୬୬୨ ଏବଂ ୪୮୮ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ଦେବାକୁ ନିଷ୍ପତ୍ତି ନେଲେ। ୨୦୨୧ ଡିସେମ୍ବର ୩୧ ତାରିଖରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହାକୁ ଅନୁମୋଦନ ପରେ ବିଧିବଦ୍ଧ ଭାବେ ଘୋଷଣା କରାଗଲା । ତେବେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯେଉଁ ସଂଶୋଧିତ ହାର ବିଜ୍ଞପ୍ତି ପ୍ରକାଶ ପାଇଛି ସେଥିରେ ବହୁ ଅସଙ୍ଗତି ରହିଛି। ନିୟମ ଅନୁସାରେ ହିସାବ କରା ନ ଯାଇ ତରବରିଆ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ଚଞ୍ଚକତା କରାଯାଇ ଡେମନଷ୍ଟ୍ରେଟର, ଲାଇବ୍ରେରିଆନ ଓ ପିଇଟିଙ୍କୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଇଛି। ଇନ୍‌କ୍ରିମେଣ୍ଟ ଓ ଗ୍ରେଡ୍‌ ପେ’କୁ ୨.୫୭ରେ ଗୁଣନ କରା ନ ଯାଇ ମନଇଚ୍ଛା ସର୍ବନିମ୍ନ ଦରମା ଆଧାରରେ ସପ୍ତମ ବେତନ କମିଶନ ହାରରେ ଦରମା ଧାର୍ଯ୍ୟ କରାଯାଇଛି। ଏହାଦ୍ୱାରା କର୍ମଚାରୀମାନେ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେବା ସହ ସେମାନଙ୍କ ନ୍ୟାଯ୍ୟ ଦାବିରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ଡେମନଷ୍ଟ୍ରେଟର, ଲାଇବ୍ରେରିଆନ ଓ ପିଇଟିଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି।
ସପ୍ତମ ବେତନ କମିଶନ ନାମରେ କର୍ମଚାରୀମାନଙ୍କୁ ଭୁଆଁ ବୁଲାଯାଇଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି। ତୁରନ୍ତ ଅସଙ୍ଗତିକୁ ଦୂର କରିବା ସହ ନିୟମାନୁସାରେ ସପ୍ତମ ବେତନ କମିଶନ ଲାଗୁ କରିବାକୁ ଡେମନଷ୍ଟ୍ରେଟର, ପିଇଟି ଓ ଲାଇବ୍ରେରିଆନ ସଂଘ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri