ମିଳୁନି ପାଣି, ଲୋକେ ହନ୍ତସନ୍ତ

ବେଗୁନିଆ,୭ା୩(ଡି.ଏନ୍‌.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେକ ଗ୍ରାମରେ ନଳକୂପ ଅଚଳ ହୋଇପଡ଼ିଥିଲେ ମଧ୍ୟ ମରାମତି କରାଯାଉ ନାହିଁ। ଗ୍ରାମରେ ପାଇପ୍‌ ଜଳ ଥାଇ ମଧ୍ୟ ଆବଶ୍ୟକତା ମେଣ୍ଟାଉ ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ବ୍ଲକ ପ୍ରଶାସନ ଓ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ତତ୍ପରତା ଦେଖାଯାଉ ନ ଥିବାରୁ ଆଗକୁ ସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି।

ବେଗୁନିଆ ବ୍ଲକର ୧୬୨ ରାଜସ୍ବ ଗ୍ରାମରେ ୧୯୧୦ ନଳକୂପ, ୫୯ ସାନିଟାରୀ କୂପ, ୮୦ ପାନୀୟ ଜଳ ପ୍ରକଳ୍ପ ଏବଂ ୪ ହଜାରରୁ ଊର୍ଦ୍ଧ୍ୱ ଖୋଲା କୂପ ରହିଛି। ଚଳିତବର୍ଷ ଅଂଶୁଘାତ ମୁକାବିଲା ପାଇଁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୧୦୦ରୁ ଊର୍ଦ୍ଧ୍ୱ ନଳକୂପ ଖନନ ପାଇଁ ଯୋଜନା ରହିଛି। ତେବେ ବିଭିନ୍ନ ଗ୍ରାମରେ ୯୦ରୁ ଊର୍ଦ୍ଧ୍ୱ ନଳକୂପ ଅଚଳ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ପାନୀୟ ଜଳ ପ୍ରକଳ୍ପ ବନ୍ଦ ରହିଥିବା ଜଣାପଡ଼ିଛି। ବଡ଼ବେରଣା ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ପ୍ରସନ୍ନ ମହାପାତ୍ର କୁହନ୍ତି, ଦେଢ଼ବର୍ଷ ହେବ ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବନ୍ଦ ରହିଛି। ଏନେଇ ବସୁଧା ହେଲ୍ପଲାଇନ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଫଳରେ ୧୧୫୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ହଇରାଣ ହେଉଛନ୍ତି। ସେହିପରି ବେଗୁନିଆ ସହରରେ ଥିବା ପମ୍ପ ହାଉସ (ନଂ.୧) ଜାନୁୟାରୀରୁ ଅଚଳ ହୋଇ ପଡ଼ିରହିଛି। ଫଳରେ ଓଡ଼ଗାଁ ଏବଂ ବଳଭଦ୍ରପୁର ଗ୍ରାମର ପ୍ରାୟ ୩୦୦ ପରିବାର ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଏନେଇ ଗ୍ରାମର କ୍ଷୀରୋଦ ସାହୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନାହିଁ। ବୋତଳମା ପଞ୍ଚାୟତ ଆଖୁପଦରରେ ଥିବା ପ୍ରକଳ୍ପକୁ ବନ୍ଦ କରିଦିଆଯାଇଛି। ଫଳରେ ୪ଗ୍ରାମର ୩୦୦ ପରିବାର ଜଳସେବାରୁ ବଞ୍ଚିତ ହୋଇଛନ୍ତି। ଗଡ଼ମାଣିତ୍ରୀ ପଞ୍ଚାୟତ ଛିଆମ ଗ୍ରାମରେ ୪ ନଳକୂପ ଅଚଳ ଯୋଗୁ ସ୍ଥାନୀୟ ଲୋକେ ପିଇବା ପାଣି ପାଇଁ ହଇରାଣ ହେଉଛନ୍ତି। କରଡ଼ଗାଡ଼ିଆ ଗ୍ରାମରେ ପ୍ରକଳ୍ପ ପାଇପ ଫାଟି ଯାଇଥିବାରୁ ଦୁଇଟି ସାହିର ୯୦ ପରିବାର ପିଇବା ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଏ ସମ୍ପର୍କରେ ବ୍ଲକ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ ଜ୍ୟୋତି ରଞ୍ଜନ ସେନାପତି କହିଛନ୍ତି, ଚଳିତ ଗ୍ରୀଷ୍ମ ପ୍ରଭାବ ମୁକାବିଲା ପାଇଁ ବିଭାଗ ପକ୍ଷରୁ କଡ଼ାକଡ଼ି ପ୍ରସ୍ତୁତି ହୋଇଛି। କୌଣସି ଗ୍ରାମରେ ନଳକୂପ ଅଚଳ ରହିଛି, ପଞ୍ଚାୟତ କାର୍ଯ୍ୟାଳୟରେ ଅଭିଯୋଗ କଲେ ତୁରନ୍ତ ମରାମତି କରାଯିବ ବୋଲି କହିଛନ୍ତି। ଅନ୍ୟପଟେ ସରପଞ୍ଚଙ୍କ ନିକଟରେ ଅଭିଯୋଗ କଲେ ଯନ୍ତ୍ରାଂଶ ଅଭାବ ବୋଲି କହି ଦିନ ଗଡ଼ାଇଚାଲିଛନ୍ତି ବୋଲି କେତେଜଣ ଅଭିଯୋଗକାରୀ କହିଛନ୍ତି। ଏଥିପ୍ରତି ପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri