Posted inଜାତୀୟ

ବାଇକ୍‌ରେ ପକାଇ ପାରିବେ ନାହଁ ୫ ଲିଟରରୁ ଅଧିକ ତେଲ

ନୂଆଦିଲ୍ଲୀ, ୧୧।୮: ମିଜୋରାମ ସରକାର ମଙ୍ଗଳବାର ପ୍ରତି ଯାନ ପାଇଁ ଇନ୍ଧନ ପରିମାଣ ସ୍ଥିର କରିଛନ୍ତି। ବର୍ତ୍ତମାନ ମିଜୋରମରେ ସ୍କୁଟର ପ୍ରତି ୩ ଲିଟର, ଅନ୍ୟ ଦୁଇ ଚକିଆ ଯାନ ଲାଗି ୫ ଲିଟର ଏବଂ କାର୍‌ ପାଇଁ ୧୦ ଲିଟର ପର୍ଯ୍ୟନ୍ତ ତେଲ ଭରିବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। କରୋନା ଭାଇରସ୍‌ ଲାଗି ଦେଶର ବିଭିନ୍ନ ସ୍ଥାନରେ କଟକଣା ଜାରି ରହିଛି। ଯାହା ଫଳରେ ତେଲ ଟାଙ୍କି ଗାଡ଼ି ଠିକ୍‌ ସମୟରେ ପହଞ୍ଚି ପାରୁନାହିଁ। ଯେଉଁଥି ପାଇଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଷ୍ଟକର ଅଭାବ ଦେଖାଦେଇଛି। ଏଭଳି ପରିସ୍ଥିତିରେ ସରକାର ଇନ୍ଧନ ରାସନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ସ୍କୁଟରକୁ ୩ ଲିଟର, ଅନ୍ୟ ଦୁଇ ଚକିଆ ଯାନ ପାଇଁ ୫ ଲିଟର, ହାଲ୍‌କା ମୋଟରଯାନ ଅର୍ଥାତ୍‌ କାର ପାଇଁ ୧୦ ଲିଟର, ମିନି ଟ୍ରକ୍‌ ପାଇଁ ୨୦ ଲିଟର ପର୍ଯ୍ୟନ୍ତ ତେଲ ପକାଇପାରିବେ। ସେହିଭଳି ଟ୍ରକ୍‌ ଓ ବସ୍‌ଗୁଡ଼ିକ ୧୦୦ ଲିଟର ପର୍ଯ୍ୟନ୍ତ ତେଲ ଥରକେ ଭରିବେ। ଏହାଠାରୁ ଅଧିକ ପରିମାଣର ତେଲ ନ ଦେବା ଲାଗି ସରକାର ଟାଙ୍କିଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ତେଲ ଟାଙ୍କିଗୁଡ଼ିକରେ ମଧ୍ୟ ଗ୍ୟାଲେନ୍‌ କିମ୍ବା ଅନ୍ୟକୌଣସି ଡବା ସାହାଯ୍ୟରେ ତେଲ ନ ଦେବାକୁ କୁହାଯାଇଛି। ତେବେ ଚାଉଳ ଏବଂ ଅନ୍ୟାନ୍ୟ ଅତ୍ୟାବଶକୀୟ ସାମଗ୍ରୀ ପରିବହନ କରୁଥିବା ଯାନକୁ ଯିବା-ଆସିବା ପାଇଁ ପର୍ଯ୍ୟାପ୍ତ ତେଲ ଭରିବାକୁ ଅନୁମତି ଦିଆଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ଶେଷ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?