ସୂର୍ଯ୍ୟମୁଖୀ ଚାଷ ପ୍ରତି ବଢୁଛି ଆଗ୍ରହ

ଧରାକୋଟ,୧୩ା୪(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରୋତ୍ସାହନ ସହ ଗୋଷ୍ଠୀ କୃଷି କାର୍ଯ୍ୟାଳୟର ସଚେତନତା ଯୋଗୁ ଧୀରେ ଧୀରେ ବ୍ଲକର ବିଭିନ୍ନ ପଞ୍ଚାୟତର କୃଷକମାନେ ସୂର୍ଯ୍ୟମୁଖୀ ଚାଷ ପାଇଁ ଆଗ୍ରହୀ ହୋଇ ଏହି ଚାଷକୁ ଆପଣେଇ ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏହି ତୈଳବୀଜ ଫସଲ ପାଇଁ ଓଳମ୍ବା, ସିଙ୍ଗିପୁର, ଜାହାଡା ଓ ଝରପାରି ପଞ୍ଚାୟତର କସେଇ, କେଶପୁର ଶାସନ, କଣଭାଗ ଓ ପାଟପୁର ଗ୍ରାମର ୬୬ ଜଣ ହିତାଧିକାରୀ ୩୦ ହେକ୍ଟର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଗୋଷ୍ଠୀ କୃଷି ଅଧିକାରୀ ବିଶ୍ୱନାଥ ବେହେରା, ସହକାରୀ କୃଷି ଅଧିକାରୀ ଅନିଲ କୁମାର ବେହେରା ଓ ସ୍କିମ ଅଧିକାରୀ ସୀତାନସୁ କୁମାର ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଚାଷ ବ୍ଲକ ସ୍ତରରେ ପ୍ରଥମେ ଆରମ୍ଭ ହୋଇଛି। କୃଷି ବିଭାଗ ତରଫରୁ ଚାଷୀଙ୍କୁ ମାଗଣା ବିହନ ସହ ୨୫୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ଅର୍ଥ ରାଶି ପ୍ରଦାନ କରାଯାଇଥିଲା। ଏହାଦ୍ବାରା ଚାଷୀମାନେ ଏସ୍‌ଏସ୍‌ପି, ଅନୁସାର ଓ କୀଟନାଶକ ଔଷଧ କ୍ରୟକରିପାରିବେ। ଏହା ଦାରା ଅପମିଶ୍ରଣ ରୋକିବା ସହ ଶୁଦ୍ଧ ତେଲ ମିଳିପାରୁଛି। କୋଲେଷ୍ଟେରଲ, ରକ୍ତଚାପ ସହ ବିଭିନ୍ନ ରୋଗ ନିୟନ୍ତ୍ରଣ ପାଇଁ ଏହି ତେଲ ବେଶ୍‌ ସହାୟକ ହେଉଛି। ଏଥିରୁ ମିଳୁଥିବା ପିଡ଼ିଆ ଚାଷଜମି, ମାଛ ଚାଷ ଓ କୁକୁଡ଼ା ଖାଦ୍ୟ ପାଇଁ ବ୍ୟବହାର ହେଉଛି। ସର୍ବୋପରି ତୈଳ ଆମଦାନୀ ବୋଝରୁ ଏକ ରକମ ମୁକ୍ତି
ମିଳୁଛି। ଏଣୁ ଏହି ଚାଷ ପାଇଁ ଧୀରେ ଧୀରେ ଚାଷୀଙ୍କ ମଧ୍ୟରେ ଆଗ୍ରହ ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri