ଭୋଗରାଇ,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେଉଳାହାଟ ସ୍ଥିତ ଅନନ୍ତପୁରୁଷତ୍ତୋମ ମହାଦେବଙ୍କ ଶୁକ୍ରବାର ପାଟ ଉତ୍ସବରେ ଡିଜେ ବଜାଇବାକୁ କେନ୍ଦ୍ର କରି ମେଳା କମିଟି ସହିତ ଡିଜେ ବଜାଇବା ସପକ୍ଷବାଦୀଙ୍କ ମଧ୍ୟରେ ବାଦାନୁବାଦ ସ୍ଥିତି ଜଟିଳ ହୋଇଥିଲା। ଆଖପାଖ ଗ୍ରାମର ଦଳବଦ୍ଧ ଯୁବକ ମେଳାରେ ଡିଜେ ବଜାଇବା ପାଇଁ ଜିଦ୍ ଧରିବାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଗଣ୍ଡଗୋଳ ବ୍ୟାପକ ଆକାର ଧାରଣ କରିଥିଲା। ଏହି ମେଳାରେ ଭୋଗରାଇ ପୋଲିସ ପକ୍ଷରୁ ଡିଜେ ବଜାଇବା ସମ୍ପୂର୍ଣ୍ଣ ବେଆଇନ୍ ବୋଲି ନିର୍ଦ୍ଦେଶ ଜାରି କରାଯାଇ ଥିବାବେଳେ ବଜାର କମିଟି ଏଥିପ୍ରତି ଗୁରୁତ୍ୱ ଦେଇଥିଲା। କିନ୍ତୁ ଡିଜେ ବାଜିବକି ନାହଁି ଏଥିପ୍ରତି ସ୍ପଷ୍ଟ ଘୋଷଣା ହୋଇ ନ ଥିବାରୁ ମେଳାକୁ ଆକର୍ଷଣୀୟ କରିବା ନିମନ୍ତେ ପାଖ ଗାଁରୁ ପ୍ରସ୍ତୁତ ୪୦ରୁ ୫୦ହଜାର ପର୍ଯ୍ୟନ୍ତ ଟଙ୍କା ଖର୍ଚ୍ଚରେ ରଙ୍ଗାରଙ୍ଗ ପଞ୍ଚୁମୁଣ୍ଡିଆ ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପ୍ରଦର୍ଶନରେ ବାଧା ସୃଷ୍ଟି ହୋଇଥିଲା। ଡିଜେ ବଜାଇବା ସମ୍ପୂର୍ଣ୍ଣ ବନ୍ଦ ଘୋଷଣା ପରେ ଗ୍ରାମର ଯୁବଗୋଷ୍ଠୀ ଉତ୍ତେଜିତ ହୋଇ ଦେଉଳା ହାଟରେ ଥିବା ବଜାର କମିଟି ଗୃହ ମଧ୍ୟକୁ ଧସେଇ ପଶି ଆସବାବପତ୍ର ଭାଙ୍ଗିଥିଲେ। ସ୍ଥିତି କ୍ରମଶଃ ଜଟିଳ ହେବାକୁ ଯାଉଥିବା ବେଳେ ପୋଲିସ ବାଧ୍ୟ ହୋଇ ବଳ ପ୍ରୟୋଗ କରି ଗଣ୍ଡଗୋଳକାରୀଙ୍କୁ ଘଉଡ଼ାଇ ଦେବା ସହିତ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ତେବେ ଏହି ଘଟଣାକୁ ନେଇ କୌଣସି ପକ୍ଷ ଥାନାରେ ଅଭିଯୋଗ କରି ନ ଥିବା ସୂଚନା ମିଳିଛି।
ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ
ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...
ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ
ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...
ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...
ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...
Archives


