ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କେତେଜଣ ଲୋକଙ୍କୁ ନୂତନ ସାଇକେଲ ବଣ୍ଟନ କରିଥିବା ସମ୍ପର୍କରେ ବିଧାୟକ ତାଙ୍କ ଫେସ୍‌ବୁକ୍‌ରେ ପୋଷ୍ଟ କରିବା ପରେ ଏହା ଚର୍ଚ୍ଚାର ବିଷୟ ହୋଇଛି। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ କିଭଳି ଏକ କାର୍ଯ୍ୟକ୍ରମରେ ବିଧାୟକ ସାଇକେଲ ବଣ୍ଟନ କଲେ, ତାହାକୁ ନେଇ ଭାଜପା ସମର୍ଥକମାନେ ପ୍ରଶ୍ନ ଉଠାଇଛନ୍ତି। ଏ ସମ୍ପର୍କରେ ବିଧାୟକ କହିଛନ୍ତି, ଅଉଖମା ଠାରେ ତୈଳିକ ବୈଶ୍ୟ ସମାଜର ୧୦୩ ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହେଉଥିଲା। ସେଠାରେ ତାଙ୍କୁ ଅତିଥି ଭାବରେ ଡକାଯିବା ସହ ଅନୁଷ୍ଠାନ ପକ୍ଷରୁ କେତେଜଣଙ୍କୁ ସାଇକେଲ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିଥି ହୋଇଥିବାରୁ ସେ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଉଥିବା ସାଇକେଲ ବଣ୍ଟନ କରିଥିଲେ ବୋଲି ବିଧାୟକ ପ୍ରତିକ୍ରିୟାରେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ପ୍ରତିନିଧି ତଥା ଜିଲା ବିଜେଡି କୃଷକ ସଙ୍ଗଠନ ସଭାପତି ନରୋତ୍ତମ ସାହୁ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri