ଯାନିଯାତ୍ରାରେ ଚାଲିଛି ବେଧଡ଼କ ଜୁଆଖେଳ

ଅମରପାଲି,୩ା୯(ପୀତାମ୍ବର ସାହୁ)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଏକ ସଂସ୍କୃତି ସଂପନ୍ନ ଅଞ୍ଚଳ। ଏହି ଅଞ୍ଚଳର ବିଭିନ୍ନ ଗ୍ରାମରେ ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ଏହାସହିତ ବର୍ଷର ବିଭିନ୍ନ ସମୟରେ ଯାନିଯାତ୍ରା ଆୟୋଜନ କରାଯାଇଥାଏ। ଉକ୍ତ ଯାନିଯାତ୍ରାରେ ହଜାର ହଜାର ଦର୍ଶକଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି କେତେଜଣ ବ୍ୟକ୍ତି ଓ କେତେକ ଅନୁଷ୍ଠାନ ଘୁଡଘୁଡ଼ିପଟି (ଜୁଆ ଖେଳ) ଆୟୋଜନ କରୁଛନ୍ତି। ସ୍ଥାନୀୟ ପୋଲିସ ସହିତ ସଲାସୁତୁରା କରି ବେଫିକର ଭାବେ ଜୁଆଖେଳ କରୁଥିବା ଦେଖିବାକୁ ମିଳୁଛି। ଗତ ୨୭ ତାରିଖରୁ ସୁବର୍ଣ୍ଣପୁର ଜିଲାର ସୁବଳୟାରେ ଆରମ୍ଭ ହୋଇଥିଲା ଝୁଲଣ ଯାତ୍ରା l ପାଞ୍ଚ ଦିନ ଧରି ହୋଇଥିବା ଉକ୍ତ ମେଳାରେ ପ୍ରତ୍ୟହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା। ଏହା ଦେଖିବାକୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହେଉଥିଲା। ମାତ୍ର ସୁବଳୟାରେ ମେଳା ଅବସରରେ ଖୁଲାମଖୁଲା ଘୁଡଘୁଡ଼ି ପଟି (ଜୁଆ ଖେଳ) କରାଯାଉଥିଲା। ଏଥିପାଇଁ କୌଣସି ଅନୁମତି ପ୍ରଶାସନ ଦେଇ ନ ଥିଲା। ଝୁଲଣ ଯାତ୍ରାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ତଥାପି ଦିନରାତି ଜୁଆ ଖେଳ ହେଉଥିଲା। ପୋଲିସ ସବୁ ଦେଖି ନୀରବଦ୍ରଷ୍ଟା ସାଜିଥିଲା। ଫଳରେ ପୋଲିସର ଭୂମିକାକୁ ନେଇ ସାଧାରଣରେ ନା ନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷରେ ମେଳାରେ ଜୁଆଖେଳକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସୁବଳୟା ଥାନା ଅଧିକାରୀ ସୁଶାନ୍ତ କୁମାର ପ୍ରଧାନଙ୍କୁ ପଚାରିବାରେ, ସେମିତି କୌଣସି ସୂଚନା ମିଳିନାହିଁ। ତେବେ କୌଣସି ସ୍ଥାନରେ ଜୁଆଖେଳକୁ ପ୍ରଶୟ ଦିଆଯିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ଯଥାଶୀଘ୍ର ଅଞ୍ଚଳରେ ହେଉଥିବା ଜୁଆ ଖେଳ ଉପରେ ନଜର ରଖି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri