କଟକ ବିଜେଡିରେ ଗୋଷ୍ଠୀକନ୍ଦଳ:ଦେବାଶିଷ କହିଲେ…

କଟକ,୨୫।୧(ଶିଳ୍ପା ପ୍ରିୟଦର୍ଶିନୀ):କଟକ ବିଜେଡି ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଗୁରୁବାର ନେତାଜୀ ଜୟନ୍ତୀରେ ଆୟୋଜିତ ମଶାଲ ଶୋଭାଯାତ୍ରାରେ ମେୟର ସୁବାସ ସିଂ ଓ ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ ଉପସ୍ଥିତ ନଥିଲେ । ଦଳୀୟ କାର୍ଯ୍ୟକ୍ରମରୁ ଉଭୟ ନେତା ନିଜକୁ ଦୂରେଇ ରଖୁଥିବା ଓ ବିଜେଡିରେ କନ୍ଦଳ ଥିବା ନେଇ ବେଶ ଚର୍ଚ୍ଚା ହୋଇଥିଲା।
ଏପରିକି ଶୋଭାଯାତ୍ରା ପରେ ରାଜ୍ୟସଭା ସଦସ୍ୟ ଦେବାଶିଷଙ୍କ ଘରେ ଯୁବ ନେତା ମେଳି ହୋଇଥିଲେ ମଧ୍ୟ ବିଧାୟକ ସୌଭିକ୍‌ ଉପସ୍ଥିତ ନଥିବା ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ନ ଦେବା ପ୍ରସଙ୍ଗରେ ବିଧାୟକ ସୌଭିକ୍‌ ଶୁକ୍ରବାର ବାରବାଟୀ ଷ୍ଟାଡ଼ିୟମସ୍ଥିତ ଓସିଏ ସମ୍ମିଳନୀକକ୍ଷରେ ଆୟୋଜିତ ଏକ ବୈଠକରେ ଯୋଗ ଦେବା ପରେ ଖବରଦାତାଙ୍କ ପ୍ରଶ୍ନରେ ପ୍ରତ୍ରିକ୍ରିୟା ରଖି କହିଛନ୍ତି, ଦୁଇଟି ଅନ୍ୟ କାର୍ଯ୍ୟକ୍ରମ ଥିବାରୁ ଶୋଭାଯାତ୍ରାରେ ଯୋଗ ଦେଇ ପାରି ନଥିଲି। ଦେବାଶିଷ ସାମନ୍ତରାୟଙ୍କ ଘରକୁ ଯୁବନେତା ଯିବା ବିଷୟରେ ମୁଁ ଅବଗତ ନଥିଲି ସେଥିପାଇଁ ଯାଇପାରିନି। ଅନ୍ୟପକ୍ଷେ ମେୟର ସୁବାସ ଏହି ସମସ୍ତ ପ୍ରସଙ୍ଗରେ ପ୍ରତିକ୍ରିୟା ଦେବାକୁ ସିଧାସଳଖ ମନା କରିଥିଲେ।

କଟକ ବିଜେଡିରେ ଗୋଷ୍ଠୀକନ୍ଦଳ ଧୀରେ ଧୀରେ ସାମ୍ନାକୁ ଆସୁଥିବାବେଳେ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ ଏହାକୁ ଖଣ୍ଡନ କରିଛନ୍ତି। ଏଥିସହ କଟକ ରାଜାବଗିଚାଠାରେ ଥିବା ତାଙ୍କ ବାସଗୃହରେ ଯୁବନେତାଙ୍କ ମେଳି ପ୍ରସଙ୍ଗରେ ଦେବାଶିଷ ରାଜାବଗିଚାସ୍ଥିତ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଦଳକୁ ଏହି ଯୁବପିଢ଼ି ଆଗେଇ ନେବେ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବପ୍ନ ସାକାର କରିବା ପାଇଁ ଏମାନେ ମଙ୍ଗ ଧରିବେ ବୋଲି ଦେବାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri