ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବର୍ଷା ଯୋଗୁ କେନ୍ଦୁଝର ଜିଲାର ଝୁମ୍ପୁରା ବ୍ଲକରେ କାନ୍ଥ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେହିପରି କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଜଣେ ମହିଳା ବୈତରଣୀ ନଦୀରେ ଭାସି ଯାଇଥିଲେ। ତେବେ ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ବନ୍ୟାଜଳରେ ଅନୁଗୋଳ ଜିଲାରେ ଏକ ପୋଲ ଭାସିଯାଇଛି। ଏଥିସହିତ ମହାନଦୀ ଅବବାହିକା ତଳିଆ ଅଞ୍ଚଳ ଜନବସତିକୁ ବନ୍ୟାଜଳ ପ୍ରବେଶ କରିଥିବା ସୂଚନା ମିଳିଛି। ରାଜ୍ୟର ପ୍ରମୁଖ ନଦୀ ଫୁଲିବାରେ ଲାଗିଛି। ବୈତରଣୀ ଓ ବଂଶଧାରା, ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ମହାନଦୀରେ ବନ୍ୟାଜଳ ବଢ଼ିବାରେ ଲାଗିଛି।
ମହାନଦୀର ଖଇରମାଳରେ ୫ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ସକାଳ ୧୦ଟା ସୁଦ୍ଧା ମୁଣ୍ଡଳିରେ ୬ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବା ଅନୁମାନ କରାଯାଇଛି। ବୈତରଣୀ ନଦୀର ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଆନନ୍ଦପୁର ରାଜଘାଟଠାରେ ବିପଦ ସଙ୍କେତ ୩୮.୩୬ ମିଟର ଥିବାବେଳେ ୩୯.୦୨ ମିଟର ଜଳପ୍ରବାହିତ ହେଉଛି। ତେବେ ଭଦ୍ରକ ଜିଲା ଆଖୁଆପଦାରେ ବନ୍ୟାଜଳ ବିପଦସଙ୍କେତ ଉପରେ ଚାଲିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଆଗକୁ ବୈତରଣୀ ନଦୀରେ ବନ୍ୟାଜଳ ବଢ଼ିବାର ଆଶଙ୍କା କରାଯାଉଛି। ଏଥିଯୋଗୁ ତଳିଆ ଅଞ୍ଚଳ ବନ୍ୟା ସ୍ଥିତି ସଙ୍ଗିନ ହେବା ନେଇ ଅନୁମାନ କରାଯାଇଛି। ବୈତରଣୀ ବ୍ୟତୀତ ଅନ୍ୟ କୌଣସି ନଦୀରେ ଏ ପର୍ଯ୍ୟନ୍ତ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଓ ଯାଜପୁରକୁ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି।
ଏହାଛଡ଼ା ଗଜପତି ଜିଲା କାଶୀନଗରଠାରେ ବଂଶଧାରା ନଦୀର ବିପଦସଙ୍କେତ ୫୪.୬୦ମିଟର ରହିଥିବା ବେଳେ ବର୍ତ୍ତମାନ ୫୪.୯୦ ମିଟର ଉପରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଏହି ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ଜନିତ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲାରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ୧୪୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୭୨.୫ ମି.ମି., ଯାଜପୁରରେ ୭୯.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ ବ୍ଲକରେ ୨୦୦ ମିଲିମିଟର ଏବଂ ୬୮ଟି ବ୍ଲକରେ ୧୦୦ରୁ ୨୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ ବୁଧବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବନ୍ୟା ଆଶଙ୍କା ଥିବା ଅନୁଗୋଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବା ସହ କ୍ଷେତ୍ରସ୍ତର ଅଧିକାରୀଙ୍କୁ ସଜାଗ ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆବଶ୍ୟକ ସ୍ଥଳେ ରାସ୍ତା ସଫା କରିବା ପାଇଁ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତ୍ତି ନେବାକୁ ଏସ୍ଆର୍ସି କହିଛନ୍ତି। ଅତ୍ୟଧିକ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ଫ୍ଲାସ୍ଫ୍ଲଡର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅଫିସରଙ୍କୁ ଜିଲା ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବାଲେଶ୍ୱର ଆଦି ୧୦ ଜିଲାରେ ୮ ଓଡ୍ରାଫ ଟିମ୍, ୨ ଏନ୍ଡିଆର୍ଏଫ୍ ଟିମ୍, ୧୩ ଅଗ୍ନିଶମ ବାହିନୀଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବେ ନିୟୋଜନ କରାଯାଇଥିବା ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଘନୀଭୂତ ହେଉଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଛତିଶଗଡ଼ ଆଡକୁ ମୁହଁାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ହୀରାକୁଦ ସମେତ ଅନ୍ୟାନ୍ୟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି।
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


