ପାଣି ଘେରରେ ବହୁ ଗଁା

ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବର୍ଷା ଯୋଗୁ କେନ୍ଦୁଝର ଜିଲାର ଝୁମ୍ପୁରା ବ୍ଲକରେ କାନ୍ଥ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେହିପରି କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଜଣେ ମହିଳା ବୈତରଣୀ ନଦୀରେ ଭାସି ଯାଇଥିଲେ। ତେବେ ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ବନ୍ୟାଜଳରେ ଅନୁଗୋଳ ଜିଲାରେ ଏକ ପୋଲ ଭାସିଯାଇଛି। ଏଥିସହିତ ମହାନଦୀ ଅବବାହିକା ତଳିଆ ଅଞ୍ଚଳ ଜନବସତିକୁ ବନ୍ୟାଜଳ ପ୍ରବେଶ କରିଥିବା ସୂଚନା ମିଳିଛି। ରାଜ୍ୟର ପ୍ରମୁଖ ନଦୀ ଫୁଲିବାରେ ଲାଗିଛି। ବୈତରଣୀ ଓ ବଂଶଧାରା, ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ମହାନଦୀରେ ବନ୍ୟାଜଳ ବଢ଼ିବାରେ ଲାଗିଛି।
ମହାନଦୀର ଖଇରମାଳରେ ୫ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ସକାଳ ୧୦ଟା ସୁଦ୍ଧା ମୁଣ୍ଡଳିରେ ୬ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବା ଅନୁମାନ କରାଯାଇଛି। ବୈତରଣୀ ନଦୀର ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଆନନ୍ଦପୁର ରାଜଘାଟଠାରେ ବିପଦ ସଙ୍କେତ ୩୮.୩୬ ମିଟର ଥିବାବେଳେ ୩୯.୦୨ ମିଟର ଜଳପ୍ରବାହିତ ହେଉଛି। ତେବେ ଭଦ୍ରକ ଜିଲା ଆଖୁଆପଦାରେ ବନ୍ୟାଜଳ ବିପଦସଙ୍କେତ ଉପରେ ଚାଲିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଆଗକୁ ବୈତରଣୀ ନଦୀରେ ବନ୍ୟାଜଳ ବଢ଼ିବାର ଆଶଙ୍କା କରାଯାଉଛି। ଏଥିଯୋଗୁ ତଳିଆ ଅଞ୍ଚଳ ବନ୍ୟା ସ୍ଥିତି ସଙ୍ଗିନ ହେବା ନେଇ ଅନୁମାନ କରାଯାଇଛି। ବୈତରଣୀ ବ୍ୟତୀତ ଅନ୍ୟ କୌଣସି ନଦୀରେ ଏ ପର୍ଯ୍ୟନ୍ତ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଓ ଯାଜପୁରକୁ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି।
ଏହାଛଡ଼ା ଗଜପତି ଜିଲା କାଶୀନଗରଠାରେ ବଂଶଧାରା ନଦୀର ବିପଦସଙ୍କେତ ୫୪.୬୦ମିଟର ରହିଥିବା ବେଳେ ବର୍ତ୍ତମାନ ୫୪.୯୦ ମିଟର ଉପରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଏହି ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ଜନିତ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲାରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ୧୪୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୭୨.୫ ମି.ମି., ଯାଜପୁରରେ ୭୯.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ ବ୍ଲକରେ ୨୦୦ ମିଲିମିଟର ଏବଂ ୬୮ଟି ବ୍ଲକରେ ୧୦୦ରୁ ୨୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ ବୁଧବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବନ୍ୟା ଆଶଙ୍କା ଥିବା ଅନୁଗୋଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବା ସହ କ୍ଷେତ୍ରସ୍ତର ଅଧିକାରୀଙ୍କୁ ସଜାଗ ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆବଶ୍ୟକ ସ୍ଥଳେ ରାସ୍ତା ସଫା କରିବା ପାଇଁ ଟିମ୍‌ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତ୍ତି ନେବାକୁ ଏସ୍‌ଆର୍‌ସି କହିଛନ୍ତି। ଅତ୍ୟଧିକ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ଫ୍ଲାସ୍‌ଫ୍ଲଡର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅଫିସରଙ୍କୁ ଜିଲା ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବାଲେଶ୍ୱର ଆଦି ୧୦ ଜିଲାରେ ୮ ଓଡ୍ରାଫ ଟିମ୍‌, ୨ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ୧୩ ଅଗ୍ନିଶମ ବାହିନୀଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବେ ନିୟୋଜନ କରାଯାଇଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଘନୀଭୂତ ହେଉଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଛତିଶଗଡ଼ ଆଡକୁ ମୁହଁାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ହୀରାକୁଦ ସମେତ ଅନ୍ୟାନ୍ୟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri