ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବର୍ଷା ଯୋଗୁ କେନ୍ଦୁଝର ଜିଲାର ଝୁମ୍ପୁରା ବ୍ଲକରେ କାନ୍ଥ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେହିପରି କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଜଣେ ମହିଳା ବୈତରଣୀ ନଦୀରେ ଭାସି ଯାଇଥିଲେ। ତେବେ ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ବନ୍ୟାଜଳରେ ଅନୁଗୋଳ ଜିଲାରେ ଏକ ପୋଲ ଭାସିଯାଇଛି। ଏଥିସହିତ ମହାନଦୀ ଅବବାହିକା ତଳିଆ ଅଞ୍ଚଳ ଜନବସତିକୁ ବନ୍ୟାଜଳ ପ୍ରବେଶ କରିଥିବା ସୂଚନା ମିଳିଛି। ରାଜ୍ୟର ପ୍ରମୁଖ ନଦୀ ଫୁଲିବାରେ ଲାଗିଛି। ବୈତରଣୀ ଓ ବଂଶଧାରା, ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ମହାନଦୀରେ ବନ୍ୟାଜଳ ବଢ଼ିବାରେ ଲାଗିଛି।
ମହାନଦୀର ଖଇରମାଳରେ ୫ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ସକାଳ ୧୦ଟା ସୁଦ୍ଧା ମୁଣ୍ଡଳିରେ ୬ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବା ଅନୁମାନ କରାଯାଇଛି। ବୈତରଣୀ ନଦୀର ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଆନନ୍ଦପୁର ରାଜଘାଟଠାରେ ବିପଦ ସଙ୍କେତ ୩୮.୩୬ ମିଟର ଥିବାବେଳେ ୩୯.୦୨ ମିଟର ଜଳପ୍ରବାହିତ ହେଉଛି। ତେବେ ଭଦ୍ରକ ଜିଲା ଆଖୁଆପଦାରେ ବନ୍ୟାଜଳ ବିପଦସଙ୍କେତ ଉପରେ ଚାଲିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଆଗକୁ ବୈତରଣୀ ନଦୀରେ ବନ୍ୟାଜଳ ବଢ଼ିବାର ଆଶଙ୍କା କରାଯାଉଛି। ଏଥିଯୋଗୁ ତଳିଆ ଅଞ୍ଚଳ ବନ୍ୟା ସ୍ଥିତି ସଙ୍ଗିନ ହେବା ନେଇ ଅନୁମାନ କରାଯାଇଛି। ବୈତରଣୀ ବ୍ୟତୀତ ଅନ୍ୟ କୌଣସି ନଦୀରେ ଏ ପର୍ଯ୍ୟନ୍ତ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଓ ଯାଜପୁରକୁ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି।
ଏହାଛଡ଼ା ଗଜପତି ଜିଲା କାଶୀନଗରଠାରେ ବଂଶଧାରା ନଦୀର ବିପଦସଙ୍କେତ ୫୪.୬୦ମିଟର ରହିଥିବା ବେଳେ ବର୍ତ୍ତମାନ ୫୪.୯୦ ମିଟର ଉପରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଏହି ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ଜନିତ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲାରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ୧୪୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୭୨.୫ ମି.ମି., ଯାଜପୁରରେ ୭୯.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ ବ୍ଲକରେ ୨୦୦ ମିଲିମିଟର ଏବଂ ୬୮ଟି ବ୍ଲକରେ ୧୦୦ରୁ ୨୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ ବୁଧବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବନ୍ୟା ଆଶଙ୍କା ଥିବା ଅନୁଗୋଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବା ସହ କ୍ଷେତ୍ରସ୍ତର ଅଧିକାରୀଙ୍କୁ ସଜାଗ ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆବଶ୍ୟକ ସ୍ଥଳେ ରାସ୍ତା ସଫା କରିବା ପାଇଁ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତ୍ତି ନେବାକୁ ଏସ୍ଆର୍ସି କହିଛନ୍ତି। ଅତ୍ୟଧିକ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ଫ୍ଲାସ୍ଫ୍ଲଡର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅଫିସରଙ୍କୁ ଜିଲା ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବାଲେଶ୍ୱର ଆଦି ୧୦ ଜିଲାରେ ୮ ଓଡ୍ରାଫ ଟିମ୍, ୨ ଏନ୍ଡିଆର୍ଏଫ୍ ଟିମ୍, ୧୩ ଅଗ୍ନିଶମ ବାହିନୀଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବେ ନିୟୋଜନ କରାଯାଇଥିବା ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଘନୀଭୂତ ହେଉଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଛତିଶଗଡ଼ ଆଡକୁ ମୁହଁାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ହୀରାକୁଦ ସମେତ ଅନ୍ୟାନ୍ୟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି।
ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!
ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

