‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି। ଭଞ୍ଜ ସାହିତ୍ୟର ପୁନରାବଲୋକନ ସହ ଏହାକୁ ଆଧୁନିକ ଦୃଷ୍ଟିକୋଣରୁ ଅଧ୍ୟୟନ ଓ ବିଶ୍ଳେଷଣ କରାଯିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି।

ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଆୟୋଜିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ କଳା ଉପରେ ଆଧାରିତ ଓ୍ବେବିନାରରେ ମୁଖ୍ୟ ଅତିଥି ଭାବେ ପଶ୍ଚିମବଙ୍ଗର କୋଲକାତାସ୍ଥିତ ହିନ୍ଦୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ନନ୍ଦିନୀ ସାହୁ ଯୋଗଦେଇ ଏହି ମତ ପ୍ରକାଶ କରିଥିଲେ। ଏଥିସହ ସେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଅନନ୍ୟ ସାହିତ୍ୟ ସୃଷ୍ଟି, କଳାବୋଧ ଓ ଭାଷାର ବୈଶିଷ୍ଟ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଓ୍ବେବିନାରରେ ଇଂରାଜୀ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ସାତ୍ୟକୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭଞ୍ଜ ସାହିତ୍ୟର ତାତ୍ପର୍ଯ୍ୟ, ଅନୁବାଦ ଓ ବିଶ୍ଳେଷଣର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ମହାପାତ୍ର, ଅଧ୍ୟାପକ ସନାତନ ବେହେରା ଓ ଆଇକ୍ୟୁଏସି ସଂଯୋଜକ ଡ. ଦେବାଶିଷ ସ୍ବାଇଁ ପ୍ରମୁଖ ମଞ୍ଚାସୀନ ଥିଲେ। ଅଧ୍ୟାପକ ଡ. ରବୀନ୍ଦ୍ର ମିଶ୍ର, ରଜତ ମିଶ୍ର, ଦିଗନ୍ତ ଜେନା, ଦୁର୍ଗା ପ୍ରସାଦ ସାହୁ, ବିଦେଶୀ ରାଉତ, ଅଧ୍ୟାପକ ଶରତ କୁମାର ବେହେରା, ରାଜେଶ ପଣ୍ଡିତ, ବିଭୂତି ଗୌଡ଼, ଡ ସୀମାଞ୍ଚଳ ବେହେରା, ରାଜୁ ଶବରଙ୍କ ସମେତ ଅଧ୍ୟାପିକା ତୃପ୍ତିମୟୀ ଦାସ, ରାଜଲକ୍ଷ୍ମୀ ରଥ, ସୁନିତା ରାଣୀ ଖଣ୍ଡୁଆଳ, ରୋଜାଲିନ ମହାରଣା, କଳ୍ପନା ଷଣ୍ଢ, ଅନିତା ମହାପାତ୍ର, ପ୍ରଜ୍ଞାପାରମିତା ଦାସ ପ୍ରମୁଖଙ୍କ ସମେତ ଶତାଧିକ ଛାତ୍ରୀଛାତ୍ର ଉପସ୍ଥିତ ରହି ଓ୍ବେବିନାରରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ଅଧ୍ୟାପକ ଡ ସୁନାମ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?