‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି। ଏହି ଯୌଥ ଉଦ୍ୟୋଗ ମାଧ୍ୟମରେ ଦେଶରେ ଆଲୁମିନିୟମ ଏୟାର ବ୍ୟାଟେରି ଉପତ୍ାଦନ ଏବଂ ବ୍ୟବହାର ଯୁକ୍ତ ଆଲୁମିନିୟମର ପୁନଃବ୍ୟବହାର ପାଇଁ ଆଗାମୀ ଦିନରେ ଯୋଜନା ରଖାଯାଇଥିବା ଧର୍ମେନ୍ଦ୍ର କହିଛନ୍ତି ା
ଉଲ୍ଲେଖନୀୟ ଯେ, ଆଇସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ ହେଉଛି ଇଣ୍ଡିଆନ ଅଏଲ ଏବଂ ଇସ୍ରାଏଲର ଫିନର୍ଜି କମ୍ପାନୀର ଯୌଥ ଉଦ୍ୟୋଗ। ଏହି କମ୍ପାନୀ ଭାରତୀୟ ଅଟୋମୋଟିଭ୍‌ ଉତ୍ପାଦନକାରୀ କମ୍ପାନୀକୁ ଆଲୁମିନିୟମ-ଏୟାର ବ୍ୟାଟେରୀ ଟେକ୍ନୋଲୋଜି ଯୋଗାଇବ ା ଇଣ୍ଡିଆନ ଅଏଲ ଏବଂ ଫିନର୍ଜି କମ୍ପାନୀ ସ୍ବଚ୍ଛ, ସ୍ଥାୟୀ, ସୁଲଭ ଓ ସୁରକ୍ଷିତ ଉର୍ଜାକୁ ଗୁରୁତ୍ୱ ଦେଇ ଏହାକୁ ଉପଲବ୍ଧ କରିବା ସହ ନୂଆ ଯାତ୍ରା ଆରମ୍ଭ କରିଥିବାରୁ ଏହି ୨ କମ୍ପାନୀକୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ, ଅଟୋମୋଟିଭ୍‌ କ୍ଷେତ୍ରରେ ଆଲୁମିନିୟମ ଏୟାର ଟେକ୍ନୋଲୋଜିର ବ୍ୟବସାୟକୁ ସହଯୋଗ କରିବା ପାଇଁ ଇଣ୍ଡିଆନ ଅଏଲ-ଫିନର୍ଜି ପ୍ରାଇଭେଟ ଲିମିଟେଡ୍‌ ସହ ଅଟୋମୋଟିଭ୍‌ ଉତ୍ପାଦନକାରୀ ମାରୁତି ସୁଜୁକି ଏବଂ ଅଶୋକ ଲେଲ୍ୟାଣ୍ଡ ମଧ୍ୟରେ ଲେଟର ଅଫ୍‌ ଇଣ୍ଟେଟ୍‌ ନେଇ ମଧ୍ୟ ବୁଧବାର ଚୁକ୍ତି ହୋଇଛି। ଆତ୍ମନିର୍ଭର ଭାରତ ଦିଗରେ ଏହା ବଡ଼ ଉପଲବ୍ଧି ା ଏହି ଟେକ୍ନୋଲୋଜି ପରିବହନ କ୍ଷେତ୍ରରେ ପ୍ରଦୂଷଣ କମାଇବାରେ ସହାୟକ ହେବ ା ଏହି ଯୌଥ ଉଦ୍ୟୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲ ପ୍ରଧାନମବୀ ବେଞ୍ଜାମିନ୍‌ ନେତାନ୍ୟାହୁ ମଧ୍ୟରେ ନୂଆଦିଲ୍ଲୀରେ ୨୦୧୮ରେ ହୋଇଥିବା ବୁଝାମଣା ପତ୍ର(ଏମଓୟୁ)ର ପ୍ରତିଫଳନ। ପ୍ରଦୂଷଣ କମ କରିବା ଭଳି ଉର୍ଜା ମାଧ୍ୟମରେ ଭାରତ ଜଳବାୟୁ ପରିବର୍ତ୍ତନକୁ ହ୍ରାସ କରିବା ଦିଗରେ ନିଜର ପ୍ରତିବଦ୍ଧତା ଦର୍ଶାଇଛି ା ଏହା ଭବିଷ୍ୟତ ପାଇଁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷେପ ଆଲୁମିନିୟମ ଏୟାର ବ୍ୟାଟେରୀ ପରିସଂସ୍ଥାନର ସ୍ବଦେଶୀ ବିକାଶକୁ ସୁବିଧା ଦେବା ସହ ବିଦ୍ୟୁତଚାଳିତ ଯାନବାହାନର ଟେକ୍ନୋଲୋଜି କ୍ଷେତ୍ରରେ ମେକ୍‌ ଇନ୍‌ ଇଣ୍ଡିଆକୁ ମଜବୁତ୍‌ କରିବ। ଏହାସହ ଅନ୍ୟାନ୍ୟ ସ୍ବଚ୍ଛ ଉର୍ଜା ଦିଗରେ ଗବେଷଣା ଏବଂ ବିକାଶ, ଟେକ୍ନୋଲୋଜି ଟ୍ରାନ୍ସଫର, ପୁଞ୍ଜିନିବେଶ, କ୍ଷମତା ନିର୍ମାଣକୁ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri