ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା(ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ୍‌ ମଧ୍ୟରେ ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୫ ତାରିଖରେ ଏହା ସିଭିୟର ସାଇକ୍ଲୋନ ଷ୍ଟର୍ମ ରୂପ ନେବା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାକୁ ୧୦୦ରୁ ୧୧୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ପଡିବ ନାହିଁ। ତେବେ ଆସନ୍ତା ୨୫ ଓ ୨୬ ତାରିଖରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମ୍ଭାବ୍ୟ ବାତ୍ୟାଜନିତ ବର୍ଷାକୁ ଦୃଷ୍ଟିରେ ରଖି ଦକ୍ଷୀଣ ଓଡ଼ିଶାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ବାତ୍ୟା ଆସୁଥିବାରୁ କ୍ଷେତରେ ଅମଳ ହେବାକୁ ଥିବା ଶସ୍ୟକୁ ନିରାପଦ ସ୍ଥାନକୁ ନେବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।
ବାତ୍ୟା ଯିବା ପରେ ରାଜ୍ୟରେ ପାରଦ ତଳକୁ ଖସିବ। ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ ବୃଦ୍ଧି ପାଇବ। ସର୍ବନିମ୍ନ ତାପମାତ୍ରା ୫ରୁ ୬ ଡିଗ୍ରୀ ସେଲସିୟସ ତଳକୁ ଖସିବ ବୋଲି ଅନୁମାନ କରାଯାଇଛି। ତେବେ ବାତ୍ୟା ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଶୀତ କମିବ। ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି। ବଣ ପାହାଡିଆ ଅଞ୍ଚଳରେ ପୁଣି ଶୀତଲହରି ଆରମ୍ଭ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗିବାଡି ୧୨.୫, ଫୁଲବାଣୀ ୧୨.୫, ଝାରସୁଗୁଡା ୧୨.୬, କେନ୍ଦୁଝର ୧୩.୪, ଅନୁଗୋଳ ୧୩.୬, ବାରିପଦା ୧୩.୨, ଭବାନୀପାଟଣା ୧୩.୨, ତାଳଚେର ୧୫, କୋରାପୁଟ ୧୫.୬, ହୀରାକୁଦ ୧୫.୭, ସୁନ୍ଦରଗଡ ୧୬, ସମ୍ବଲପୁର ୧୬.୧ ଏବଂ ପୁରୀରେ ସର୍ବନିମ୍ନ ତାପମାତ୍ରା ୧୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରେ ତାମିଲନାଡୁ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବାତ୍ୟାର ରୂପ ନେଇ ପାରେ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri