ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା(ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ୍‌ ମଧ୍ୟରେ ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୫ ତାରିଖରେ ଏହା ସିଭିୟର ସାଇକ୍ଲୋନ ଷ୍ଟର୍ମ ରୂପ ନେବା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାକୁ ୧୦୦ରୁ ୧୧୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ପଡିବ ନାହିଁ। ତେବେ ଆସନ୍ତା ୨୫ ଓ ୨୬ ତାରିଖରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମ୍ଭାବ୍ୟ ବାତ୍ୟାଜନିତ ବର୍ଷାକୁ ଦୃଷ୍ଟିରେ ରଖି ଦକ୍ଷୀଣ ଓଡ଼ିଶାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ବାତ୍ୟା ଆସୁଥିବାରୁ କ୍ଷେତରେ ଅମଳ ହେବାକୁ ଥିବା ଶସ୍ୟକୁ ନିରାପଦ ସ୍ଥାନକୁ ନେବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।
ବାତ୍ୟା ଯିବା ପରେ ରାଜ୍ୟରେ ପାରଦ ତଳକୁ ଖସିବ। ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ ବୃଦ୍ଧି ପାଇବ। ସର୍ବନିମ୍ନ ତାପମାତ୍ରା ୫ରୁ ୬ ଡିଗ୍ରୀ ସେଲସିୟସ ତଳକୁ ଖସିବ ବୋଲି ଅନୁମାନ କରାଯାଇଛି। ତେବେ ବାତ୍ୟା ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଶୀତ କମିବ। ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି। ବଣ ପାହାଡିଆ ଅଞ୍ଚଳରେ ପୁଣି ଶୀତଲହରି ଆରମ୍ଭ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗିବାଡି ୧୨.୫, ଫୁଲବାଣୀ ୧୨.୫, ଝାରସୁଗୁଡା ୧୨.୬, କେନ୍ଦୁଝର ୧୩.୪, ଅନୁଗୋଳ ୧୩.୬, ବାରିପଦା ୧୩.୨, ଭବାନୀପାଟଣା ୧୩.୨, ତାଳଚେର ୧୫, କୋରାପୁଟ ୧୫.୬, ହୀରାକୁଦ ୧୫.୭, ସୁନ୍ଦରଗଡ ୧୬, ସମ୍ବଲପୁର ୧୬.୧ ଏବଂ ପୁରୀରେ ସର୍ବନିମ୍ନ ତାପମାତ୍ରା ୧୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରେ ତାମିଲନାଡୁ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବାତ୍ୟାର ରୂପ ନେଇ ପାରେ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri