ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖରେ ଏହା ଲଘୁଚାପ ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ୧୨ ତାରିଖ ରାତ୍ରିରୁ ବର୍ଷା ଆରମ୍ଭ ହେବ। ୧୪ ତାରିଖ ଯାଏ ବର୍ଷା ଲାଗି ରହିବ। ଦକ୍ଷିଣ ଓଡ଼ିଶାର ବିଶେଷକରି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, ସୁନ୍ଦରଗଡ, କନ୍ଧମାଳ, ପୁରୀ, କେନ୍ଦୁଝର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଉପକୂଳ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦେଖି ଜିଲାପାଳମାନଙ୍କୁ ସତର୍କ ରହିବା ଲାଗି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଉପରେ ନଜର ରଖିବା ସହ ଆଗୁଆ ପ୍ରସ୍ତୁତି କରିବାକୁ କୁହାଯାଇଛି।
ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ କେନ୍ଦ୍ରାପଡା, କନ୍ଧମାଳ, ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri