ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ୩୦ରୁ ୪୦ କି.ମି. ବେଗରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।