୭ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୩।୬(ବ୍ୟୁରୋ): ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।