ଚିନ୍ତା ବଢାଉଛି ଅଦିନିଆ ବର୍ଷା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ପଶ୍ଚିମା-ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ଏଥିପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ୨୫ ତାରିଖରେ ଉପକୂଳ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାତିର ସର୍ବନିମ୍ନ ତାପମାତ୍ରାରେ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଫଳରେ ଶୀତର ପ୍ରକୋପ ହ୍ରାସ ପାଇବା ସହିତ ହାଲୁକା କୁହୁଡ଼ି ପଡିବ ।