Posted inଜାତୀୟ

ଦେଶର ନାଁ ବଦଳାଇଲେ ମୂଲ୍ୟ ଦେବାକୁ ହେବ

ନୂଆଦିଲ୍ଲୀ,୧୧ା୯ : ଦେଶର ନାଁ ଇଣ୍ଡିଆ ଏବଂ ଭାରତ ପରିବର୍ତ୍ତେ କେବଳ ଭାରତ ରଖିବାକୁ କେନ୍ଦ୍ର ସରକାର ଉଦ୍ୟମ ଚଳାଇଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଥିପାଇଁ ଭାଜପାକୁ ଟାର୍ଗେଟ କରିଛନ୍ତି। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରୁଛନ୍ତି, ସେମାନଙ୍କୁ ଯଥେଷ୍ଟ ମୂଲ୍ୟ ଦେବାକୁ ହେବ ବୋଲି ରାହୁଲ କହିଛନ୍ତି।

ଯେଉଁମାନେ ଦେଶର ନାଁ ବଦଳାଇବାକୁ ଉଦ୍ୟମ କରୁଛନ୍ତି, ସେମାନେ ମୂଳତଃ ଇତିହାସକୁ ଅସ୍ବୀକାର କରିବାକୁ ଚାହୁଁଛନ୍ତି। ଆମକୁ ସେହି ଲୋକମାନଙ୍କ ଦୃଷ୍ଟାନ୍ତ ଦେବାକୁ ହେବ, ଯେଉଁମାନେ ସେମାନଙ୍କ ଏଭଳି କାର୍ଯ୍ୟ ପାଇଁ ଯଥେଷ୍ଟ ମୂଲ୍ୟ ଦେଇଛନ୍ତି। ତାହେଲେ ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରୁଛନ୍ତି, ସେମାନେ ଏହାର ପରିଣାମ ବୁଝିପାରିବେ ବୋଲି ରାହୁଲ ଫ୍ରାନ୍ସର ପ୍ୟାରିସ୍‌ଠାରେ ସାଇନ୍ସେସ୍‌ ପିଓ ୟୁନିଭର୍ସିଟିରେ ଉଦ୍‌ବୋଧନ ଦେଲାବେଳେ କହିଛନ୍ତି।

କଂଗ୍ରେସ ନେତା କହିଛନ୍ତି, ଦେଶକୁ ଭାରତ କିମ୍ବା ଇଣ୍ଡିଆ ନାମରେ କହିବାରେ କିଛି ଅସୁବିଧା ନାହିଁ। ତେବେ ନାଁ ପରିବର୍ତ୍ତନ କରି କେବଳ ଭାରତ କରିବା ପଛରେ ସେମାନଙ୍କର ମନ୍ଦ ଉଦ୍ଦେଶ୍ୟ ରହିଛି। ବିରୋଧୀ ମେଣ୍ଟର ନାଁ ଇଣ୍ଡିଆ ବ୍ଲକ୍‌ ରଖାଯାଇଥିବାରୁ କେନ୍ଦ୍ର ସରକାର ଦେଶର ନାଁକୁ କେବଳ ଭାରତ ରଖିବାକୁ ବ୍ୟଗ୍ର ହୋଇପଡ଼ିଛନ୍ତି ବୋଲି ରାହୁଲ ଅଭିଯୋଗ କରିଥିଲେ।

ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଭାରତରେ ସଂଖ୍ୟାଲଘୁମାନଙ୍କ ସ୍ବର ଚାପିଦେଇଥିବା ରାହୁଲ ଅଭିଯୋଗ କରିଛନ୍ତି। ତେବେ ଦେଶରେ ଏହା ହେବାକୁ ସେ ଦେବେ ନାହିଁ ବୋଲି କଂଗ୍ରେସ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…

ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri