ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି ମାଳମାଳ ସମସ୍ୟା, ସମାଧାନ ପାଇଁ ନିଆଗଲା ନିଷ୍ପତ୍ତି

ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ରୋଗୀ କଲ୍ୟାଣ ସମିତିର କାର୍ଯ୍ୟକାରିଣୀ ବୈଠକ ସମିତିର ଅଧ୍ୟକ୍ଷ ତଥା ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଥମେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ବୈଠକରେ ଯୋଗଦେଇଥିବା ଅତିଥିଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଛ ଦେଇ ସ୍ବାଗତ ଜଣାଇଥିଲେ। ଏଥିସହ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ପରେ ବିପିଏମ୍‌ ଶାନ୍ତନୁ କୁମାର ସାହୁ ଗତ ୨୦୨୩ ଜୁଲାଇ ୨୩ରେ ଶେଷଥର ପାଇଁ ଏହି ବୈଠକ ହୋଇଥିଲା ଓ ସେହି ସମୟରେ ନିଆଯାଇଥିବା ନିଷ୍ପତ୍ତି ମଧ୍ୟରେ ଅନେକ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇଥିଲେ ମଧ୍ୟ ଏବେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ମାଳମାଳ ସମସ୍ୟା ରହିଛି। ସ୍ବାସ୍ଥ୍ୟକେନ୍ଦ୍ରକୁ ପୂର୍ବ ସରକାର ସମୟରେ ୫ଟି ଯୋଜନାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କରାଯାଇଛି କିନ୍ତୁ ଯେଉଁ ସବୁ ସ୍ବାସ୍ଥ୍ୟକେନ୍ଦ୍ରର କୋଠାଗୁଡ଼ିକ ରୂପାନ୍ତର ହୋଇଛି ତାହା ନିମ୍ନମାନର କାର୍ଯ୍ୟ ହୋଇଛି। ଯାହାକି ବର୍ଷାରେ କୋଠାଗୁଡ଼ିକରୁ ବର୍ଷା ପାଣି ଗଳୁଛି ଓ ସିଲିଂଗୁଡ଼ିକ ଖସି ପଡୁଥିବାବେଳେ କବାଟଗୁଡ଼ିକ ଅତି ନିମ୍ନମାନର ଯୋଗୁ ପୁନଃ ମରାମତିର ଆବଶ୍ୟକ ପଡୁଛି। ତାକୁ କିଭଳି ପୁନଃ ମରାମତି କରାଯିବ ଓ ସେଥିପାଇଁ ଅନୁଦାନ ସମ୍ପର୍କରେ ଆଲୋଚନା କରାଯାଇଛି।

ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗୋଷ୍ଠୀ ଶୌଚାଳୟ ରହିଛି। ତାକୁ ରକ୍ଷଣାବେକ୍ଷଣ କରିବା ପାଇଁ କର୍ମଚାରୀ ଅଭାବ ଯୋଗୁ ଶୌଚାଳୟରେ ତାଲା ଝୁଲୁଥିବା କୁହାଯାଇଥିଲା। ସେହିପରି ଓଭେରହେଡ଼ ଟ୍ୟାଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରକୁ ଜଳ ଯୋଗାଣ ବ୍ୟବସ୍ଥା ରହିଥିଲେ ମଧ୍ୟ ଉକ୍ତ ଟ୍ୟାଙ୍କଟି ଅଚଳ ଯୋଗୁ ଜଳ ସମସ୍ୟା ରହିଥିବା କୁହାଯାଇଥିଲା। ବିଦ୍ୟୁତ ବିଭ୍ରାଟ, ଜେନେନେଟର, ସୋଲାର ଆଲୁଅ ବ୍ୟବସ୍ଥା, ସିସି କ୍ୟାମେରା ମରାମତି ଭଳି ସମସ୍ୟାର ସମାଧାନ ପାଇଁ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରୋଗୀ କଲ୍ୟାଣ ସମିତିର ଉପାଧ୍ୟକ୍ଷ ତଥା ପଞ୍ଚାୟତ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ପ୍ରୀତିରଞ୍ଜନ ରଥ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ଓ ଅନ୍ୟ ଅଧିକାରୀ ଏବଂ ସମିତିର ସଦସ୍ୟମାନେ ଉପସ୍ଥିତ ରହିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri