ପ୍ରକଳ୍ପ ଅଛି, ପାଣି ମିଳୁନି

ବିଞ୍ଝାରପୁର,୨୦ା୩(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଉତ୍ତରକୂଳ ପଞ୍ଚାୟତ ପାରିପଦା ଗ୍ରାମରେ ଜଳ ସଙ୍କଟ ଦେଖାଦେଇଛି। ଉକ୍ତ ପଞ୍ଚାୟତରେ ବସୁଧା ପାନୀୟ ଜଳ ପ୍ରକଳ୍ପ ଅଛି, ହେଲେ ଗ୍ରାମବାସୀଙ୍କୁ ପାଣି ମିଳୁନି। ଫଳରେ ଗ୍ରାମରେ ଥିବା ଗୋଟିଏ ନଳକୂଅ ଉପରେ ୧୩୦ ପରିବାର ନିର୍ଭର କରୁଛନ୍ତି। ରାତି ପାହିଲେ ନଳକୂଅ ପାଖରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳୁଛି। ଗୋଟିଏ ନଳକୂଅ ଉପରେ ଶତାଧିକ ପରିବାର ନିର୍ଭର କରୁଥିବାରୁ କୌଣସି କାରଣରୁ ବେଳେବେଳେ ନଳକୂଅ ଅଚଳ ହୋଇଗଲେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଯାହାକୁ ନେଇ ଅନେକ ସମୟରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଅନ୍ୟପଟେ ଜଳସ୍ତର କମିବା ଦ୍ୱାରା ଗ୍ରାମରେ ଥିବା ଅନ୍ୟ ୨ଟି ନଳକୂଅ ମଧ୍ୟ ଅଚଳ ହୋଇପଡିଛି।
ପଞ୍ଚାୟତବାସୀଙ୍କ ଜଳ ସମସ୍ୟା ଦୂର କରିବାକୁ ସରକାରଙ୍କ ପକ୍ଷରୁ ୨୦୧୮ରେ ୬୫ ଲକ୍ଷ ଟଙ୍କା ବ୍ୟୟ କରାଯାଇ ପଞ୍ଚାୟତରେ ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ବସୁଧା ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଏହି ପ୍ରକଳ୍ପରୁ ପଞ୍ଚାୟତର ବିଭିନ୍ନ ଗାଁକୁ ପାଇପ୍‌ ସଂଯୋଗ କରାଯାଇ ଜଳ ଯୋଗାଣ କରାଯାଇଥିଲା। ମାତ୍ର ଅଳ୍ପ କେଇଟା ଦିନପରେ ପାରିପଦା ଗ୍ରାମକୁ ଜଳ ଯୋଗାଣ ବନ୍ଦ ହୋଇଯାଇଛି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ଗ୍ରାମର ତ୍ରିଲୋଚନ ମଲିକ, ସର୍ବେଶ୍ୱର ମଲିକ, ଜିତେନ୍ଦ୍ର ମଲିକ, ପ୍ରମିଳା ମଲିକ, ଜାନକୀ ମଲିକ, ରୀନାରାଣୀ ମଲିକ, ମନୋରମା ମଲିକ ଓ ଧ୍ରୁବଚରଣ ମଲିକ ପ୍ରମୁଖ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ତୃପ୍ତାଞ୍ଜଳି ରଥଙ୍କୁ ପଚାରିବାରୁ ପଞ୍ଚାୟତର ବିଭିନ୍ନ ଗ୍ରାମର ଲୋକ ମୋଟର ଲଗାଇ ନିଜନିଜ ଘରର ଟାଙ୍କିକୁ ପାଣି ଉଠାଉଛନ୍ତି, ଫଳରେ ପାରିପଦା ଗ୍ରାମକୁ ପାଣି ଯାଇପାରୁନି ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ବ୍ଲକ୍‌ ଅଞ୍ଚଳର ବହୁ ଗାଁରେ ନଳକୂଅ ଅଚଳ ହେଉଥିବା ଦେଖିବାକୁ ମିଳିଛି, ଯାହାକୁ ନେଇ ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି। ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟିଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri