Posted inଜାତୀୟ

ଭାରତ-ବାଂଲାଦେଶ ସମ୍ପର୍କରେ ଫାଟ ଆଶଙ୍କା !

ନୂଆଦିଲ୍ଲୀ,୧।୩: ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଭାରତ ବାଂଲାଦେଶ ସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ବାଂଲାଦେଶର କୋକ୍ସ୍‌ ବଜାରରୁ ଫେବୃୟାରୀ ୧୧ରେ ୮୧ ଜଣ ରୋହିଙ୍ଗ୍ୟା ବୋଟରେ ବାହାରିଥିଲେ। ଫେବୃୟାରୀ ୧୫ରେ ବୋଟର ଇଞ୍ଜିନ୍‌ ଖରାପ ହୋଇଯାଇଥିଲା। ଫଳରେ ସେମାନେ ସମୁଦ୍ର ମଝିରେ ଅଟକି ରହିଛନ୍ତି। ଇତିମଧ୍ୟରେ ୮ ଜଣ ରୋହିଙ୍ଗ୍ୟାଙ୍କ ମୃତ୍ୟୁ ଘଟି ସାରିଛି। ଜଣେ ରୋହିଙ୍ଗ୍ୟା ସମୁଦ୍ରକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ସେମାନଙ୍କୁ ମ୍ୟାନମାର୍‌ ନେବାକୁ ମନା କରୁଥିବା ବେଳେ ବାଂଲାଦେଶ ମଧ୍ୟ ଫେରାଇ ନେବାକୁ ଅମଙ୍ଗ ହେଉଛି। ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରୀ ଅବଦୁଲ୍‌ ମୋମିନ୍‌ ରୋହିଙ୍ଗ୍ୟାମାନେ ମ୍ୟାନ୍‌ମାରର। ସେମାନଙ୍କୁ ଫେରାଇନବୋକୁ ମ୍ୟାନ୍‌ମାର ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି କହିଛନ୍ତି। ଏବେ ଏହି ପ୍ରସଙ୍ଗକୁ ନେଇ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଏହା ଦ୍ୱାରା ବାଂଲାଦେଶ ଏବଂ ଭାରତ ମଧ୍ୟରେ ଥିବା ସମ୍ପର୍କ ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି। ରୋହିଙ୍ଗ୍ୟାଙ୍କୁ ଫେରାଇ ନ ନେଲେ ଅନ୍ତର୍ଜାତୀୟସ୍ତରରେ ବାଂଲାଦେଶର ଭାବମୂର୍ତ୍ତି ଖରାପ ହେବ ବୋଲି କୂନନୈତିକସ୍ତରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri