ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା

ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି ସଚେତନ କରିବାକୁ ଆଶାକର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଦ୍ୟାବଧି ଜିଲାରେ ୧୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ଆଗକୁ ବର୍ଷାଦିନ ଥିବାରୁ ଏହା ଦ୍ୱିଗୁଣିତ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
  ଅଧିକାଂଶ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲାଣି। ଖୋର୍ଦ୍ଧା ଜିଲାରେ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରର ସ୍ଥିତି ଏବେ ସୁଦ୍ଧା ଆୟତ୍ତ ରହିଛି। ଡେଙ୍ଗୁ ମୁକାବିଲା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ସହ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ଆସନ୍ତା ୧୦ ତାରିଖରୁ ବିଭିନ୍ନ ବ୍ଲକରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ୩ ମାସ ଧରି ଘର ଘର ବୁଲି ଆଶା କର୍ମୀ ଲୋକଙ୍କୁ ସଚେତନ କରାଇବେ। ଡେଙ୍ଗୁ ରୋଗ କିପରି ବ୍ୟାପେ, ଏହାର ଲକ୍ଷଣ ଓ ନିରାକରଣ ଉପରେ ସତର୍କ କରାଇବେ। ବିଶେଷକରି ବାଲିଆପାଳ, ଭୋଗରାଇ ବ୍ଲକରେ ଡେଙ୍ଗୁ ରୋଗ ବ୍ୟାପିଥାଏ। ଏହି ଅଞ୍ଚଳରେ ଅଧିକ ପାନବରଜ ଥିବାବେଳେ ବରଜରେ ଲଗାଯାଇଥିବା ବାଉଁଶ ଗୁଡ଼ିକରେ ପାଣି ଜମି ଏଡିସ୍‌ ମଶା ଜନ୍ମ ହୋଇଥାନ୍ତି। ସେହିପରି ଶିଳ୍ପାଞ୍ଚଳଗୁଡ଼ିକରେ ଡେଙ୍ଗୁ ରୋଗ ବୃଦ୍ଧି ହେବାର ଆଶଙ୍କା ରହିଥାଏ।
ସୂଚନା ମୁତାବକ, ଜିଲାରେ ଗତ ୨୦୨୧ରେ ୧୧୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ  ଗତ ୨୦୨୨ରେ ୩୧୩ ରୋଗୀ ଚିହ୍ନଟ ହୋଇଥିଲେ। ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୨୨୩୯ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଆଗକୁ ବର୍ଷାଦିନ ଥିବାରୁ ଡେଙ୍ଗୁ ରୋଗୀ ଅଧିକ ବଢ଼ିବାର ଯଥେଷ୍ଟ ଆଶଙ୍କା ରହିଛି। ବିଶେଷ କରି ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଡେଙ୍ଗୁ ରୋଗୀ ଅଧିକ ଚିହ୍ନଟ ହୋଇଥାନ୍ତି। ତେଣୁ ଏଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ୧୦ ଶଯ୍ୟା ବିଶିଷ୍ଟ ୱାର୍ଡ଼ ପ୍ରସ୍ତୁତ ଥିବା ବେଳେ ଔଷଧ ବି ମହଜୁଦ ରହିଛି। ରୋଗୀ ସଂଖ୍ୟା ବୃଦ୍ଧି ପାଇଲେ ଶଯ୍ୟା ବୃଦ୍ଧି କରାଯିବ ବୋଲି ସମ୍ପୃକ୍ତ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri