ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା

ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି ସଚେତନ କରିବାକୁ ଆଶାକର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଦ୍ୟାବଧି ଜିଲାରେ ୧୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ଆଗକୁ ବର୍ଷାଦିନ ଥିବାରୁ ଏହା ଦ୍ୱିଗୁଣିତ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
  ଅଧିକାଂଶ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲାଣି। ଖୋର୍ଦ୍ଧା ଜିଲାରେ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରର ସ୍ଥିତି ଏବେ ସୁଦ୍ଧା ଆୟତ୍ତ ରହିଛି। ଡେଙ୍ଗୁ ମୁକାବିଲା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ସହ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ଆସନ୍ତା ୧୦ ତାରିଖରୁ ବିଭିନ୍ନ ବ୍ଲକରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ୩ ମାସ ଧରି ଘର ଘର ବୁଲି ଆଶା କର୍ମୀ ଲୋକଙ୍କୁ ସଚେତନ କରାଇବେ। ଡେଙ୍ଗୁ ରୋଗ କିପରି ବ୍ୟାପେ, ଏହାର ଲକ୍ଷଣ ଓ ନିରାକରଣ ଉପରେ ସତର୍କ କରାଇବେ। ବିଶେଷକରି ବାଲିଆପାଳ, ଭୋଗରାଇ ବ୍ଲକରେ ଡେଙ୍ଗୁ ରୋଗ ବ୍ୟାପିଥାଏ। ଏହି ଅଞ୍ଚଳରେ ଅଧିକ ପାନବରଜ ଥିବାବେଳେ ବରଜରେ ଲଗାଯାଇଥିବା ବାଉଁଶ ଗୁଡ଼ିକରେ ପାଣି ଜମି ଏଡିସ୍‌ ମଶା ଜନ୍ମ ହୋଇଥାନ୍ତି। ସେହିପରି ଶିଳ୍ପାଞ୍ଚଳଗୁଡ଼ିକରେ ଡେଙ୍ଗୁ ରୋଗ ବୃଦ୍ଧି ହେବାର ଆଶଙ୍କା ରହିଥାଏ।
ସୂଚନା ମୁତାବକ, ଜିଲାରେ ଗତ ୨୦୨୧ରେ ୧୧୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ  ଗତ ୨୦୨୨ରେ ୩୧୩ ରୋଗୀ ଚିହ୍ନଟ ହୋଇଥିଲେ। ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୨୨୩୯ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଆଗକୁ ବର୍ଷାଦିନ ଥିବାରୁ ଡେଙ୍ଗୁ ରୋଗୀ ଅଧିକ ବଢ଼ିବାର ଯଥେଷ୍ଟ ଆଶଙ୍କା ରହିଛି। ବିଶେଷ କରି ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଡେଙ୍ଗୁ ରୋଗୀ ଅଧିକ ଚିହ୍ନଟ ହୋଇଥାନ୍ତି। ତେଣୁ ଏଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ୧୦ ଶଯ୍ୟା ବିଶିଷ୍ଟ ୱାର୍ଡ଼ ପ୍ରସ୍ତୁତ ଥିବା ବେଳେ ଔଷଧ ବି ମହଜୁଦ ରହିଛି। ରୋଗୀ ସଂଖ୍ୟା ବୃଦ୍ଧି ପାଇଲେ ଶଯ୍ୟା ବୃଦ୍ଧି କରାଯିବ ବୋଲି ସମ୍ପୃକ୍ତ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri