ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଆସନ୍ତା ସକାଳ ସୁଦ୍ଧା ୧୧.୦ ମିଟର ହୋଇପାରେ ବୋଲି ସିଡବ୍ଲ୍ୟୁସି(ସେଣ୍ଟ୍ରାଲ ଓ୍ବାଟର କମିଶନ) ପକ୍ଷରୁ ସୂଚନା ଦିଆଯାଇଛି।
ସୁବର୍ଣ୍ଣରେଖାର ଉପରମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ଗାଲୁଡିହି ବ୍ୟାରେଜର ୧୨ଟି ଗେଟ୍‌ ଖୋଲା ଯାଇଛି। ଏଥିରୁ ପ୍ରତି ସେକେଣ୍ଡକୁ ୭ହଜାର କ୍ୟୁମିକ୍‌ ପାଣି ନଦୀ ମଧ୍ୟକୁ ପ୍ରବେଶ କରୁଛି ା ଗତ ୨୪ ଘଣ୍ଟା ମଧ୍ୟରେ ଜାମଶୋଳାଘାଟ ୪୯.୪ ମିମି, ଜାମସେଦପୁରରେ ୧୧.୨ ମିମି, ଆଦିତ୍ୟପୁରରେ ୮.୬, ମୋରୀରେ ୪.୨ ମିମି, ଚାନ୍ଦିଲିରେ ୧୧.୮ ମିମି, ଘାଟଶିଳାରେ ୨୨.୦ ମିମି, ଫେକଘାଟରେ ୧୯.୮ ମିମି, ଗୋପୀବଲ୍ଲଭପୁରରେ ୧୯.୪ ମିମି ଓ ରାଜଘାଟରେ ୫୬.୨ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି ା ଉପରମୁଣ୍ଡର ଏହି ବର୍ଷାପାଣି ରାଜଘାଟଠାରେ ପହଞ୍ଚିବା ପାଇଁ ୨୪ରୁ ୩୦ ଘଣ୍ଟା ସମୟ ଲାଗିଥାଏ ା ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ବାଲେଶ୍ୱରର ତଳିଆ ଅଞ୍ଚଳରେ ଏବେ ବି ପାଣି ଜମି ରହିଛି। ପଶ୍ଚିମବଙ୍ଗର ଉଦ୍‌ବୃତ୍ତ ବର୍ଷାପାଣି ତଥା ଜଳେଶ୍ୱର ଭୋଗରାଇରେ ହୋଇଥିବା ବର୍ଷା ଯୋଗୁ ଚାଷଜମିରେ ୪ରୁ ୫ଫୁଟର ପାଣି ରହିଛି ା ସୁବର୍ଣ୍ଣରେଖା ନଦୀରେ ବିପଦସ୍ତର ଡେଇଁଲେ ପରିସ୍ଥିତି ଜଟିଳ ହେବ ବୋଲି ଆଶଙ୍କା କରାଯାଉଛି ା ପ୍ରଶାସନ ଏଥିଲାଗି ଆଗୁଆ ପ୍ରସ୍ତୁତ ହୋଇ ରହିଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri